ସକାଳ ୧୦ ଟା ନୁହେଁ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠ ପଢ଼ା । ରାଜ୍ୟରେ ସକାଳୁଆ ସ୍କୁଲ୍ ସମୟରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ ହେବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ସ୍କୁଲ ସମୟରେ ସାମନ୍ୟ ପରିବର୍ତ୍ତନ କରାଯାଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ । ଏହାସହ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ସକାଳ ୭ଟାରୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି ।
ଗତକାଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଥିଲେ, ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସକାଳ ୬ଟା ୩୦ରୁ ଦିନ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ । ଏହି ସମୟକୁ ସାମନ୍ୟ ପରିବର୍ତ୍ତନ କରାଯାଇଛି । ୧୦ ଟା ନୁହେଁ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଚାଲିବ ।
Also Read
ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ହୋଇଛି । ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କରାଇଛି । ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୩୧ ଯାଏଁ ମୟୂରଭଞ୍ଜ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଜିଲ୍ଲା ଲାଗି ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ରୁ ୨ ତାରିଖ ପର୍ଯ୍ୟନ୍ତ ୭ଟି ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୁଳ ଓ କଳାହାଣ୍ଡି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟପକ୍ଷେ, ରାଜ୍ୟର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ଜମାପଡିଛି । ଗତକାଲି ଟିଟିଲାଗଡ଼, ବଲାଙ୍ଗିର, ସୋନପୁର ବାରିପଦା,ବୌଦ୍ଧ ଭବାନୀପାଟଣା ଓ ସମ୍ବଲପୁରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ପ୍ରଚଣ୍ଡ ଗ୍ରୀଷ୍ମ କାରଣରୁ ଜନଜୀବନ ବାଧା ପ୍ରାପ୍ତ ହେଉଛି । ଦିନ ୧୦ ଟା ପରଠାରୁ ଲୋକଙ୍କ ଘରୁ ବାହାରିବା ମୁସକିଲ୍ ହୋଇପଡୁଛି ।