Advertisment

୧୧ ଦିନ ଖରାଛୁଟି ପରେ ଆଜିଠୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ୍‌

୧୧ ଦିନିଆ ଖରା ଛୁଟି ପରେ ପୁଣି ଥରେ ଛାତ୍ରଛାତ୍ରୀଙ୍କ କ୍ଲାସ୍‌ରୁମ୍‌ ପାଠପଢା ଆଜିଠୁ ଆରମ୍ଭ ହେବ। ସକାଳ ସ୍କୁଲ୍‌ ବଦଳରେ ୧୦ଟାରୁ ପାଠପଢ଼ା ଆରମ୍ଭ ହେବ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Odisha Schools To Reopen Today After 11 Day Summer Vacation

Odisha Schools To Reopen Today After 11 Day Summer Vacation

ଆଜିଠୁ ରାଜ୍ୟର ସମସ୍ତ ସ୍କୁଲ୍‌ ଖୋଲୁଛି। ୧୧ ଦିନିଆ ଖରା ଛୁଟି ପରେ ପୁଣି ଥରେ ଛାତ୍ରଛାତ୍ରୀଙ୍କ କ୍ଲାସ୍‌ରୁମ୍‌ ପାଠପଢା ଆରମ୍ଭ ହେବ। ଏଥର କିନ୍ତୁ ସକାଳ ସ୍କୁଲ୍‌ ବଦଳରେ ୧୦ଟାରୁ ପାଠପଢ଼ା ଆରମ୍ଭ ହେବ।

Advertisment

ପୂର୍ବ ଭଳି ସକାଳ ୧୦ଟାରୁ କ୍ଲାସ୍ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସ୍ ହେବ। ଶିକ୍ଷକ, ଶିକ୍ଷୟିତ୍ରୀ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲ୍‌ରେ ପହଞ୍ଚିବେ ଓ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ରହିବେ।

ସ୍ୱାଭାବିକ ଭାବେ କ୍ଲାସ୍ ଚାଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି। ଏକାଡେମିକ୍ କ୍ୟାଲେଣ୍ଡର ପ୍ରସ୍ତୁତ ସହ ଚଳିତ ଶିକ୍ଷାବର୍ଷ ଯେପରି ୨୦୨୩ ମାର୍ଚ୍ଚ ସୁଦ୍ଧା ସରିବ ସେନେଇ ଯୋଜନା ପ୍ରସ୍ତୁତ ହୋଇଛି। 

Advertisment

ଶତପ୍ରତିଶତ ପାଠ୍ୟଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ। କିଭଳି ସଠିକ୍ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ।

Schools Reopen Summer Vacation New Academic Sessions
Advertisment
Advertisment