/odishatv-khabar/media/post_attachments/uploadimage/library/16_9/16_9_0/IMAGE_1685671921.jpg)
OJEE 2023 Results to be declared today
ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ। ପୂର୍ବାହ୍ନ ୧୧ଟାରେ ରେଜଲ୍ଟ ପ୍ରକାଶ ପାଇବ। ଓଜେଇଇ ୱେବସାଇଟ ଜରିଆରେ ମିଳିବ ପରୀକ୍ଷା ଫଳ। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା କରିବା ପରେ ଛାତ୍ରଛାତ୍ରୀମାନେ WWW.OJEE.NIC.INରେ ନିଜର ପରୀକ୍ଷା ଫଳ ପାଇ ପାରିବେ।
Advertisment
ଗତ ମେ’ ୮ରୁ ମେ’ ୧୫ ପର୍ଯ୍ୟନ୍ତ ହୋଇଥିଲା ଓଜେଇଇ ପରୀକ୍ଷା। ପ୍ରାୟ ୫୬ ହଜାର ପିଲା ପରୀକ୍ଷା ଦେଇଥିଲେ। ଲାଟରାଲ ଏଣ୍ଟ୍ରି, ଏମଟେକ୍, ଏମବିଏ, ଏମସିଏ ଭଳି ପ୍ରଫେସନାଲ କୋର୍ସରେ ଆଡମିଶନ ଲାଗି ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ରାଜ୍ୟ ଭିତରେ ୪୦ଟି ଏବଂ ରାଜ୍ୟ ବାହାରେ ୩ଟି ମୋଟ ୪୩ଟି କେନ୍ଦ୍ରରେ ହୋଇଥିଲା ପରୀକ୍ଷା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)