Advertisment

ଓଡ଼ିଶାରେ ନିଯୁକ୍ତି ପାଇବେ ୨୦ ହଜାର ଶିକ୍ଷକ, ବାହାରିଲା ବିଜ୍ଞପ୍ତି...

ରାଜ୍ୟରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ।

ଅଦ୍ୟତନ ହୋଇଛି
Odisha Junior Teacher Recruitment 2023

Online application for 20 thousands posts to begin on Sep 13 for Junior teacher recruitment

Advertisment

ରାଜ୍ୟରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଓସେପା ୱେବସାଇଟ୍‌- www.osepa.odisha.gov.in ରେ ବିଜ୍ଞପ୍ତି ଜାରି ହୋଇଛି। 

Advertisment

ଆସନ୍ତା ୧୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ ଅକ୍ଟୋବର ୧୦ ଆବେଦନର ଶେଷ ତାରିଖ ରହିଛି। ସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ହେବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଚୟନ ହେବ। ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ଓସେପା ୱେବସାଇଟ୍‌ରେ ବିଜ୍ଞପ୍ତି ପ୍ରକାଶ ପାଇଛି।

କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ସିବିଟି ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ।

Advertisment

ଓସେପାରେ ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି । ଓସେପାର ୱେବସାଇଟ୍‌ରେ ଆଶାୟୀମାନେ ଆବେଦନ କରିପାରିବେ।

Govt Jobs
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ