Advertisment

ରାଜ୍ୟର ୬୩ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକଙ୍କୁ ମିଳିବ ପଦୋନ୍ନତି

ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ମିଳିବ। ଏହାସହ ଉଚ୍ଚ ପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ।

ଅଦ୍ୟତନ ହୋଇଛି
ରାଜ୍ୟର ୬୩ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକଙ୍କୁ ମିଳିବ ପଦୋନ୍ନତି

primary teachers

Advertisment

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍ କରାଯାଇଛି। ଏହାଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ମିଳିବ। ଏହାସହ ଉଚ୍ଚ ପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ।

Advertisment

ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକଙ୍କ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକର ପରିଚାଳନାରେ ଉନ୍ନତି ଆସିବା ସହ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ୱାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ। ସେହିପରି  ୫(ବି) ସ୍ତରରେ ଥିବା ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ। ଏହାସହ ଲେଭଲ-୪ରେ ଥିବା ୩,୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩କୁ ପଦୋନ୍ନତି ପାଇବେ। ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକମାନଙ୍କ ପାଇଁ  ରେସିଡେସନ୍ସି ପିରିୟଡକୁ ୧ ବର୍ଷରୁ ୬ ମାସ କରାଯାଇ ଥିବାବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିୟଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି।

Advertisment

ସୂଚନାଯୋଗ୍ୟ, ୨୦୧୯ରେ ପ୍ରାଥମିକ ଶିକ୍ଷକମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା। ଏହି ଅବସରରେ ପଦୋନ୍ନତି ପାଇବାକୁ ଯାଉଥିବା ସମସ୍ତ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଛନ୍ତି ।

Teachers To Get Promotion
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ