Advertisment

ଆଜିଠୁ + ୨ ନାମଲେଖା..ଜାଣନ୍ତୁ ଆବେଦନର ଶେଷ ତାରିଖ

ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି।

ଅଦ୍ୟତନ ହୋଇଛି
SAMS Odisha plus 2 Admission 2024

Plus 2 Admission

Advertisment

ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରକ୍ରିୟା। ଅନଲାଇନରେ ଆବେଦନ କରିବେ ଛାତ୍ରଛାତ୍ରୀ। www.samsodisha.gov.in ପୋର୍ଟାଲରେ ଆବେଦନ କରିପାରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ।

Advertisment

ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି। ଜୁଲାଇ ୬ ତାରିଖ ରହିଛି ଆବେଦନର ଶେଷ ତାରିଖ। ଜୁଲାଇ ୧୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୯ରୁ ୨୩ ତାରିଖ ଭିତରେ ନାଁ ଲେଖାଇବେ।

ଅଧିକ ପଢ଼ନ୍ତୁ: ଶିକ୍ଷା ବିଭାଗର ବଡ଼ ଭୁଲ ! BAD ନୁହେଁ BED Performance ପାଇଁ କଟିଲା ଶିକ୍ଷକଙ୍କ ଦରମା...

Advertisment

ସୂଚନାଯୋଗ୍ୟ, ମେ’ ୨୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କଳାରେ ପାସ୍‌ ହାର ୮୦.୯୫% ଥିବା ବେଳେ ବିଜ୍ଞାନର ପାସ୍‌ ହାର ୮୬.୯୩ % ଓ ବାଣିଜ୍ୟର ପାସ୍‌ ହାର ୮୨.୨୭% ଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା।

କଳାରେ ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ରହିଛି। ୧,୦୪,୪୪୭ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୫,୯୧୩ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ପୁଅଙ୍କ ପାସ୍‌ ହାର ୭୨.୬୮ ପ୍ରତିଶତ ରହିଛି। ୧,୩୦,୭୭୧ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧,୧୪,୫୧୬ ଉତ୍ତୀର୍ଣ୍ଣ ହୋଇଛନ୍ତି। ଝିଅଙ୍କ ପାସ୍ ହାର ୮୭.୫୬ ପ୍ରତିଶତ ରହିଛି। ସେହିପରି ମୋଟ୍ ପରୀକ୍ଷା ଦେଇଥିଲେ ୨,୩୫,୨୧୮ ଜଣ । ଏମାନଙ୍କ ମଧ୍ୟରୁ ପାସ୍ କରିଛନ୍ତି ୧,୯୦,୪୨୯ ଜଣ। ସେହିପରି ଯୁକ୍ତ ଦୁଇ ବିଜ୍ଞାନରେ ବି ଝିଅଙ୍କ ବାଜିମାତ୍।

Advertisment

୬୦,୯୭୩ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୨,୫୬୭ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଜ୍ଞାନରେ ପୁଅଙ୍କ ପାସ୍‌ ହାର ୮୬. ୨୧ ପ୍ରତିଶତ ରହିଥିବେ ବେଳେ ୫୪,୯୨୨ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୮,୧୯୦ ପାସ୍ କରିଛନ୍ତି। ମୋଟ୍ ଉପରେ ଝିଅଙ୍କ ପାସ୍ ହାର ୮୭.୭୪ ପ୍ରତିଶତ ରହିଛି। ସେହିପରି କମର୍ସରେ ମଧ୍ୟ ଝିଅମାନେ କମାଲ୍ କରିଛନ୍ତି। ବାଣିଜ୍ୟରେ ୯୪୩୧ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ମୋଟ୍ ୮୦୬୯ ଜଣ ପାସ୍ କରିଛନ୍ତି।

CHSE Plus 2 Admission
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ