/odishatv-khabar/media/post_attachments/uploadimage/library/16_9/16_9_0/IMAGE_1680693330.jpg)
Plus II Evaluation
ଏପ୍ରିଲ ୧୦ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ୨ଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ଖାତାଦେଖା ହେବ । ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ, ୨୩ରୁ ମେ' ୭ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ହେବ । ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ମୂଲ୍ୟାୟନ ହେବ ବେଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ମାର୍ଚ୍ଚ ପହିଲାରୁ ଆରମ୍ଭ ହୋଇଥିବା ଯୁକ୍ତ ଦୁଇ ପରୀକ୍ଷା ଆଜି ଶେଷ ହୋଇଛି ।
ସୂଚନାଯୋଗ୍ୟ, ଗତମାସ ମାର୍ଚ୍ଚ ୧ ତାରିଖ ଠାରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ମୋଟ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥରୁ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ସାମିଲ ଥିଲେ।
ସେହିପରି ୩ ରୁ ମାଟ୍ରିକ ଖାତାଦେଖା ମଧ୍ୟ ଆରମ୍ଭ ହୋଇଯାଇଛି। ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିବେ ଶିକ୍ଷକ, ଶିକ୍ଷୟିତ୍ରୀ । ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ କାର୍ଯ୍ୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିବା ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀଙ୍କ ଖାତା ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଦେଖିବେ ବୋଲି ସୂଚନା ମିଳିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)