/odishatv-khabar/media/post_attachments/uploadimage/library/16_9/16_9_0/IMAGE_1628834450.jpg)
Plus 2 results of Arts published tomorrow
ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ରେଜଲ୍ଟ। ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ ମଧ୍ୟ କାଲି ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। orissaresults.nic.inରେ ରେଜଲ୍ଟ ଉପଲ୍ଲବ୍ଧ ହେବ। ଛାତ୍ରଛାତ୍ରୀମାନେ ଏହି ୱେବ୍ସାଇଟ୍କୁ ଯାଇ ରେଜଲ୍ଟ ଚେକ୍ କରିପାରିବେ।
ଗତକାଲି ଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହୋଇଛି । ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଁ www.samsodisha.gov.in ୱେବସାଇଟ୍ ଭିଜିଟ୍ କରିବାକୁ ପଡ଼ିବ। ଏଥିରେ ଫର୍ମ ଉପଲବ୍ଧ ହେବ । ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ନାମଲେଖା ପାଇଁ ଅନଲାଇନ ମାଧ୍ୟମରେ ଆବେଦନ କରିପାରିବେ। ସେପ୍ଟେମ୍ବର ୧୩ ତାରିଖ ଦିନ ୧୧ଟା ୩୦ରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ। ସେହିପରି ସେପ୍ଟେମ୍ବର ୧୪ରୁ ସେମ୍ବେର ୨୧ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ ।
ଗତ ଜୁଲାଇ ୩୧ରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇଥିଲା। ଚଳିତ ବର୍ଷ ବିଜ୍ଞାନରେ ୯୫.୧୫ ପ୍ରତିଶତ ପିଲା ପାସ୍ କରିଥିଲେ। ବିଜ୍ଞାନରେ ସମୁଦାୟ ୮୯ ହଜାର ୯୫୧ ଜଣ ପାସ୍ କରିଥିଲେ। ଚଳିତ ବର୍ଷ କରୋନା କଟକଣା ପାଇଁ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)