Advertisment

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଓ OJEE ରେଜଲ୍ଟ

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଓ OJEE ରେଜଲ୍ଟ। ଅପରାହ୍ଣ ୪ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ। ଦିନ ସାଢ଼େ ୧୧ଟାରେ OJEE ରେଜଲ୍ଟ ବାହାରିବ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Plus 2 Science, Commerce And OJEE Results Today

Plus 2 Science, Commerce And OJEE Results Today

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଓ OJEE ରେଜଲ୍ଟ। ଅପରାହ୍ଣ ୪ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ସେହିପରି ଦିନ ସାଢ଼େ ୧୧ଟାରେ OJEE ରେଜଲ୍ଟ ପ୍ରକାଶ ପାଇବ। 

Advertisment

ଆଜି +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବାର ସପ୍ତାହକ ପରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। www.orissaresults.nic.in ଏବଂ SAMS e space ୱେବ୍‌ସାଇଟ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣି ପାରିବେ।

ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ, ବିଜ୍ଞାନରେ ୭୮ ହଜାର ୭୩ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।

Advertisment

ଚଳିତ ବର୍ଷ ମୂଲ୍ୟାୟନ ନିମନ୍ତେ ୨ ପ୍ରକାରର ପଦ୍ଧତି ଗ୍ରହଣ କରାଯାଇଥିଲା। ଯେଉଁଥିରେ ପିଲାଙ୍କ ମାର୍କ ଅଧିକ ହେବ ତାକୁ ସମ୍ପୃକ୍ତ ବିଷୟର ଚୁଡାନ୍ତ ମାର୍କ ଭାବେ ବିଚାର କରାଯାଇଛି। ମହାମାରୀ କରୋନା ପାଇଁ ଲଗାତର ୨ ବର୍ଷ ଧରି ଅନ୍‌ଲାଇନ୍ ପରୀକ୍ଷା ପରେ ଏଥର ଅଫଲାଇନ୍ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ।

ସେପଟେ ଆଜି ଦିନ ସାଢ଼େ ୧୧ଟାରେ OJEE ରେଜଲ୍ଟ ପ୍ରକାଶ ପାଇବ। ରାଜ୍ୟ ବୈଷୟିକ ଶିକ୍ଷା ପରିଷଦ ଅଡିଟୋରିୟମରେ ବିଧିବଦ୍ଧ ଭାବେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ରେଜଲ୍ଟ ପ୍ରକାଶ କରିବେ। ଜୁଲାଇ ୪ ତାରିଖରେ ହୋଇଥିବା OJEEରେ ପ୍ରାୟ ୫୮ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ରାଜ୍ୟର ୩୦ ଜିଲ୍ଲାରେ ୬୧ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା।  ଏହାଛଡ଼ା କୋଲକାତା, ରାଞ୍ଚି ଓ ପାଟନାରେ ଗୋଟିଏ ଗୋଟିଏ ପରୀକ୍ଷା କେନ୍ଦ୍ର କରାଯାଇଥିଲା। 

OJEE Results Plus Two Result
Advertisment
Advertisment