• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ମେ ୨୪ ନୁହେଁ, ମେ ୨୮ ତାରିଖରେ ଶେଷ ହେବ ଦ୍ୱାଦଶ ତଥା ଯୁକ୍ତ ଦୁଇ ବୋର୍ଡ଼ ପରୀକ୍ଷା । ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ପୂର୍ବରୁ ପରୀକ୍ଷା ୨୮ ଏପ୍ରିଲରୁ ଆରମ୍ଭ ହୋଇ ମେ’ ୨୪ରେ ଶେଷ ହେବ ବୋଲି କୁହାଯାଇଥିଲା । ଏନେଇ ଗତ ୧୭ ତାରିଖରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରେସ ରିଲିଜ ମଧ୍ୟ ଜାରି କରାଯାଇଥିଲା ।

ତେବେ ଏଥିରେ ସଂଶୋଧନ କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ପାଇଁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରିଛି । ଏପ୍ରିଲ ୨୮ ତାରିଖରୁ ଥିଓରୀ ପରୀକ୍ଷା ଆରମ୍ଭ ହୋଇ ମେ ୨୮ ତାରିଖରେ ଶେଷ ହେବ । ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ଯାଏଁ ଚାଲିବ ବୋଲି କାର୍ଯ୍ୟସୂଚୀରେ ଦର୍ଶାଯାଇଛି । ସେହିପରି ପ୍ରାକ୍ଟିକାଲ ଏବଂ ପ୍ରୋଜେକ୍ଟ ପେପର ପରୀକ୍ଷା ଏପ୍ରିଲ ୪ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ଯାଏଁ ଚାଲିବ । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ରାଜ୍ୟର ୩ ଲକ୍ଷ ୨୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଅଫଲାଇନ୍ ମୋଡ୍‌ରେ ସମସ୍ତ ପରୀକ୍ଷା ହେବ ।

ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ। ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ ।

ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାଙ୍କନ ନେଇ ଦୁଇଟି ସ୍କିମ୍ କରାଯାଇଛି । ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ । ନଚେତ ବାର୍ଷିକ ପରୀକ୍ଷାର ୮୦% ଓ କ୍ୱାର୍ଟର ଏଣ୍ଡରେ ୨୦% ଅନୁଯାୟୀ ମାର୍କିଂ ହେବ। ଦୁଇଟି ବ୍ୟବସ୍ଥାରୁ ଯେଉଁଟିରେ ସର୍ବାଧିକ ରହିବ, ସେଇଟି ଚୂଡ଼ାନ୍ତ ହେବ ।