Advertisment

୩ରୁ ହିଁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ

ଆସନ୍ତା ୩ ତାରିଖରୁ ହିଁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେବା ସହ ଦ୍ୱନ୍ଦ୍ୱ ଦୂର କରିଛନ୍ତି।

ଅଦ୍ୟତନ ହୋଇଛି
Primary school to reopen from jan 3

Primary school to reopen from jan 3

Advertisment

ଆସନ୍ତା ୩ ତାରିଖରୁ ହିଁ ଖୋଲିବ ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ କ୍ଲାସ୍‌। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେବା ସହ ଦ୍ୱନ୍ଦ୍ୱ ଦୂର କରିଛନ୍ତି। ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ଯେ, ‘ନୋଡାଲ ଅଫିସରମାନେ ଜିଲ୍ଲା ବୁଲୁଛନ୍ତି। ଡିଇଓ ଓ ବିଇଓଙ୍କ ସହ ସଚିବ ବୈଠକ କରୁଛନ୍ତି। ଯେଉଁ ଛାତ୍ରଛାତ୍ରୀ ଚାହିଁବେ ଅନ୍‌ଲାଇନ୍‌ରେ ପଢ଼ି ପାରିବେ।’ ସ୍କୁଲ୍‌ କ୍ୟାମ୍ପସ ସ୍ୱଚ୍ଛ ରଖାଯାଇଛି। ପିଲାଙ୍କୁ ଗହଳିରୁ ଦୂରେଇ ରଖନ୍ତୁ। ୨୦୨୨ରେ ପରୀକ୍ଷା ଠିକ୍ ସମୟରେ ହେବ ବୋଲି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

Advertisment

ସୂଚନାଥାଉ କି, ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ବଦଳିପାରେ ବୋଲି ନିକଟରେ DMET ରମାରମଣ ମହାନ୍ତି କହିଥିଲେ। ପୂର୍ବର ସ୍ଥିତିକୁ ଦେଖି ସରକାର ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ନେଇଥିଲେ। ସେତେବେଳେ ଓମିକ୍ରନ୍‌ ଆସିନଥିଲା କିମ୍ବା ସଂକ୍ରମିତ ସଂଖ୍ୟା ବଢ଼ି ନଥିଲା। ହେଲେ ଏବେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ବଦଳିପାରେ ବୋଲି DMET କହିଥିଲେ। ଏହାପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲିବ ନା ନାହିଁ ସେନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା। ହେଲେ ଏବେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ଦ୍ୱନ୍ଦ୍ୱକୁ ଦୂର କରିଛନ୍ତି। 

କରୋନା ସଂକ୍ରମଣ ପାଇଁ ପ୍ରାୟ ଦେଢ଼ ବର୍ଷରୁ ଅଧିକ ସମୟ ବନ୍ଦ ରହିବା ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ନିକଟରେ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।ଆସନ୍ତା ଜାନୁଆରୀ ମାସ ୩ ତାରିଖରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ଲାଗି ନିଷ୍ପତ୍ତି ହୋଇଛି। ସକାଳ ୯ଟାରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ା ହେବ। 

Advertisment
School Reopening Odisha School Reopening
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ