Advertisment

ଆସନ୍ତାକାଲିଠୁ ଖୋଲିବ ନାହିଁ ପ୍ରଥମରୁ ପଞ୍ଚମ ଶ୍ରେଣୀ, ନିଷ୍ପତ୍ତି ସ୍ଥଗିତ

ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲାଯିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଆସନ୍ତାକାଲି ସ୍କୁଲ୍‌ ଖୋଲିବାର ଥିଲା। ହେଲେ ଏବେ ଏହି  ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Primary schools not to reopen

Primary schools not to reopen

ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲାଯିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌ ପୁନଃ ଖୋଲାଯିବା ନିମନ୍ତେ ନିର୍ଦ୍ଦେଶ ଜାରି କରିଥିଲେ। ଏହି ନିର୍ଦ୍ଦେଶ ମୁତାବକ ଆସନ୍ତାକାଲି ସ୍କୁଲ୍‌ ଖୋଲିବାର ଥିଲା।

Advertisment

ସୂଚନାଥାଉ କି, ଆସନ୍ତାକାଲି ପ୍ରାୟ ୨୩ ହଜାର ସ୍କୁଲ୍‌ ଖୋଲା ଯାଇଥାନ୍ତା ଏବଂ ବାକି ୩୦୯୩ ସ୍କୁଲ୍‌କୁ ଜାନୁଆରୀ ୧୦ ତାରିଖରୁ ଖୋଲିଥାନ୍ତା। ହେଲେ ଏବେ ଏହି ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି।

ଗତ ୨ ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଓ ଏସବୁ ମଧ୍ୟରେ ବିଭିନ୍ନ ଉଚ୍ଚ ପଦାଧିକାରୀମାନଙ୍କ ରିପୋର୍ଟକୁ ନେଇ ପିଲାମାନଙ୍କର ସ୍ୱାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲାଯିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। କିନ୍ତୁ ଷଷ୍ଠ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଜାରି ରହିବ। 

Advertisment

ସେହିପରି ଆସନ୍ତା ଜାନୁଆରୀ ୫ରୁ ୮ ତାରିଖ ପର୍ଯ୍ୟନ୍ତ ୧୦ମ ଶ୍ରେଣୀର ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସମେଟିଭ୍‌-୧ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। 

Odisha Schools Reopening
Advertisment
Advertisment