• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସରିଲା ଖରାଛୁଟି । ରାଜ୍ୟରେ ଆଜିଠୁ ଖୋଲିଲା ସ୍କୁଲ । ଆଜି ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ଟ୍ୱିନ୍‌ସିଟି କଟକ-ଭୁବନେଶ୍ୱରରେ ସ୍କୁଲ ବନ୍ଦ ରହିଛି । ସେପଟେ ବିଭିନ୍ନ ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲୁଥିବାବେଳେ କାଲି ଯାଏଁ ଭଦ୍ରକ, ୨୪ ଯାଏଁ ଯାଜପୁରରେ ସବୁ ସ୍କୁଲ ଛୁଟି ରହିବ। 

ଏହି ଦୁଇ ଜିଲ୍ଲାରେ ଝାଡ଼ାବାନ୍ତି ସ୍ଥିତିକୁ ନଜରରେ ରଖି ସବୁ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ଭଦ୍ରକରେ ୨୧ ତାରିଖ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଅଙ୍ଗନବାଡ଼ି କେନ୍ଦ୍ର, ସମସ୍ତ ସ୍କୁଲ୍ ଓ କଲେଜ ବନ୍ଦ ପାଇଁ ନିର୍ଦ୍ଦେଶ ରହିଛି । 

ସେହିଭଳି ଡାଇରିଆ ପାଇଁ ଯାଜପୁର ଜିଲ୍ଲାରେ ୨୪ ଯାଏଁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାରେ ସମସ୍ତ ସ୍କୁଲ୍ ସହ ଅଙ୍ଗନବାଡ଼ି କେନ୍ଦ୍ରକୁ ବି ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଶିକ୍ଷକ ଓ ଅଙ୍ଗନବାଡ଼ି କର୍ମୀମାନେ ସ୍କୁଲ୍ ଆସି ପରିମଳ ବ୍ୟବସ୍ଥା ପରଖିବାକୁ ନିର୍ଦ୍ଦେଶ ରହିଛି ।

ଅଧିକ ପଢନ୍ତୁ: କାଲି ଖୋଲିବନି ସ୍କୁଲ