/odishatv-khabar/media/post_attachments/uploadimage/library/16_9/16_9_0/IMAGE_1656917757.jpg)
matriculation-exam-2022
ଆସନ୍ତା ୬ ତାରିଖରେ ବାହାରିବ ମାଟ୍ରିକ ପରୀକ୍ଷା ରେଜଲ୍ଟ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଆଜି ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀ ମାନେ ଦିନ ଗୋଟାଏ ପରେ ବୋର୍ଡ ୱେବସାଇଟ୍ www.bseodisha.in ମାଧ୍ୟମରେ ନିଜର ଫଳାଫଳ ଦେଖିପାରିବେ ।
ସୂଚନା ଅନୁସାରେ, କରୋନା ପାଇଁ ଗତ ୨ ବର୍ଷ ପରେ ଅଫ୍ଲାଇନ୍ରେ ପରୀକ୍ଷା ହୋଇଥିଲା । ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ ୭ରେ ସରିଥିଲା ମାଟ୍ରିକ ପରୀକ୍ଷା । ସକାଳ ୮ଟାରୁ ଆରମ୍ଭ ହେଉଥିଲା ପରୀକ୍ଷା । ଦୁଇ ବର୍ଷ ପରେ ପୁଣି ଅଫଲାଇନ୍ ପରୀକ୍ଷା ହୋଇଥିବା ବେଳେ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ପରୀକ୍ଷା ପରିଚାଳନା ପାଇଁ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟୋଜିତ ହୋଇଥିଲେ । ମୂଲ୍ୟାଙ୍କନ ପ୍ରକ୍ରିୟା ମେ ୨୧ ରୁ ୫୮ଟି ମୂଲ୍ୟାଙ୍କନ କେନ୍ଦ୍ରରେ ଆରମ୍ଭ ହୋଇଥିଲା । ଏବେ ତେଣୁ ଜୁଲାଇ ପ୍ରଥମ ସପ୍ତାହ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଆଶାବାଦୀ ଥିବା କହିଛନ୍ତି ମନ୍ତ୍ରୀ ।
ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ ଓ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ ।#Matric#12thResult#OTVpic.twitter.com/QDQT9KhDPE
— ଓଟିଭି (@otvkhabar) July 4, 2022
ସେହିପରି ଦ୍ୱାଦଶ ଶ୍ରେଣୀ ପିଲାଙ୍କ ରେଜଲ୍ଟ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ । ନିର୍ଦ୍ଦିଷ୍ଟ ତାରିଖ ଘୋଷଣା କରିନଥିଲେ ବି ଖୁବ୍ ଶୀଘ୍ର ଏନେଇ ସବିଶେଷ ତଥ୍ୟ ଦିଆଯିବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)