Advertisment

୫୦% ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା

କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦% ବୃଦ୍ଧି କରାଯାଇଛି। ଚୁକ୍ତି ଭିତ୍ତିକ କନିଷ୍ଠ ଶିକ୍ଷକଙ୍କ ଦରମା ୭,୪୦୦ରୁ ୧୧ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
undefined

Salary Hiked Of Junior Teachers

କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦% ବୃଦ୍ଧି କରାଯାଇଛି। ଚୁକ୍ତି ଭିତ୍ତିକ କନିଷ୍ଠ ଶିକ୍ଷକଙ୍କ ଦରମା ୭,୪୦୦ରୁ ୧୧ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି କନିଷ୍ଠ ଶିକ୍ଷକଙ୍କ ଦରମା ୯,୨୦୦ରୁ ୧୩,୮୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ୨୦୨୨ ଜାନୁଆରୀ ପହିଲାରୁ ଲାଗୁ ହେବ ବର୍ଦ୍ଧିତ ଦରମା।

Advertisment

ସରକାରଙ୍କ ଏଭଳି ନିଷ୍ପତ୍ତିରେ ମୋଟ୍ ୩୩ ହଜାର ୩୮ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ ବୋଲି ଜଣାପଡ଼ିଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଅଧିକ ଖର୍ଚ୍ଚ କରିବେ ବୋଲି ସୂଚନା ମିଳିଛି। 

ସୂଚନାଥାଉ କି, ନିକଟରେ ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ ବୋଲି ଜଣାପଡ଼ିଥିଲା। 

Advertisment

ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ୍‌ର ଶିକ୍ଷକ ଓ ଏଡେଡ୍ ବେସରକାରୀ କଲେଜର ଶିକ୍ଷକମାନେ ନୂତନ ଦରମା ପାଇବେ ବୋଲି ଜଣାପଡ଼ିଛି।ନୂତନ ବର୍ଦ୍ଧିତ ବେତନ ୧.୧. ୨୦୨୨ଠାରୁ ଲାଗୁ ହେବ। ଏହାଦ୍ୱାରା ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଅଧ୍ୟାପକ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୯୨ କୋଟି ଅତିରିକ୍ତ ବ୍ୟୟ ପଡ଼ିବ।

Teacher Salary Hike
Advertisment
Advertisment