/odishatv-khabar/media/post_attachments/uploadimage/library/16_9/16_9_0/IMAGE_1657775081.jpg)
Sambalpur University
ସମ୍ବଲପୁର ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ପ୍ରଶ୍ନପତ୍ର ଲିକ୍ । ପ୍ରଶ୍ନପତ୍ର ଲିକ୍ ହୋଇଥିବା କର୍ତ୍ତୃପକ୍ଷ ସ୍ୱୀକାର କରିଛନ୍ତି । ଆଜି ସକାଳେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା ଓ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅରିଜନାଲ ପ୍ରଶ୍ନପତ୍ର ସହ ମିଶୁଛି । ତେଣୁ ଆଜି ହେବାକୁ ଥିବା ଏଜୁକେସନ ଅନର୍ସ ପରୀକ୍ଷା ବାତିଲ କରାଯାଇଛି । କେଉଁ ପରିସ୍ଥିତିରେ ପ୍ରଶ୍ନପତ୍ର ଭାଇରାଲ୍ ହେଲା ତଦନ୍ତ କରାଯିବ ।
#ପ୍ରଶ୍ନପତ୍ର_ଲିକ୍, #ପରୀକ୍ଷା_ବାତିଲ୍
ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍ ହେବାରୁ ପରୀକ୍ଷା ବାତିଲ୍ କରାଯାଇଛି ..#BreakingNews#Sambalpur#OTVpic.twitter.com/iiwW4h3FMR— ଓଟିଭି (@otvkhabar) July 14, 2022
ପ୍ରଶ୍ନପତ୍ର ସେଟ୍ କରିଥିବା କର୍ମଚାରୀ ହିଁ ଏପରି କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି । ଏଥିରେ ଦୋଷୀ କର୍ମଚାରୀ ଓ ଅଧିକାରୀଙ୍କ ବିରୁଦ୍ଧରେ FIR କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଅନ୍ୟପଟେ ପରବର୍ତ୍ତୀ ସମୟରେ କେବେ ପରୀକ୍ଷା କରାଯିବ, ତାହା ମଧ୍ୟ ଜଣାଇ ଦିଆଯିବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)