• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଆଜି ପୁଣି ପ୍ରଶ୍ନପତ୍ର ଲିକ୍ ହୋଇଛି । ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ପରୀକ୍ଷା ନିୟନ୍ତ୍ରକ ମାନିବା ସହ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅସଲି ବୋଲି ମଧ୍ୟ ସ୍ୱୀକାର କରିଛନ୍ତି ।

ତେବେ ଆଜି ଦିନ ୧୦ଟାରେ ହେବାକୁ ଥିବା ଫିଜିକ୍ସ ପରୀକ୍ଷା ବାତିଲ ହୋଇଛି । କେବେ ପୁଣି ପରୀକ୍ଷା ହେବ ଜଣାଇ ଦିଆଯିବ ବୋଲି କର୍ତ୍ତୃପକ୍ଷ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଗତକାଲି ମଧ୍ୟ ସମ୍ବଲପୁର ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ହୋଇଥିଲା । ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ କର୍ତ୍ତୃପକ୍ଷ ସ୍ୱୀକାର କରିଥିଲେ । ଗତକାଲି ସକାଳେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା ଓ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅରିଜନାଲ ପ୍ରଶ୍ନପତ୍ର ସହ ମଧ୍ୟ ମିଶୁଥିଲା । ତେଣୁ ଏଜୁକେସନ ଅନର୍ସ ପରୀକ୍ଷା ବାତିଲ କରାଯାଇଥିଲା।

ତେବେ ପ୍ରଶ୍ନପତ୍ର ସେଟ୍ କରିଥିବା କର୍ମଚାରୀ ହିଁ ଏପରି କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି । ଏଥିରେ ଦୋଷୀ କର୍ମଚାରୀ ଓ ଅଧିକାରୀଙ୍କ ବିରୁଦ୍ଧରେ FIR କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଅନ୍ୟପଟେ ପରବର୍ତ୍ତୀ ସମୟରେ କେବେ ପରୀକ୍ଷା କରାଯିବ, ତାହା ମଧ୍ୟ ଜଣାଇ ଦିଆଯିବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି ।