• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

News Highlights

  • ଅଗଷ୍ଟ ୨୩ରୁ କମନ PG ଏଣ୍ଟ୍ରାନ୍ସ ।

  • ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

  • ଅଗଷ୍ଟ ୨ରୁ ୧୪ ମଧ୍ୟରେ ଅନଲାଇନ୍‌ରେ ଆବେଦନ ।

ଭୁବନେଶ୍ୱର: ଅଗଷ୍ଟ ୨୩ରୁ କମନ PG ଏଣ୍ଟ୍ରାନ୍ସ । କମନ PG ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗଷ୍ଟ ୨ରୁ ୧୪ ତାରିଖ ମଧ୍ୟରେ ଅନଲାଇନ୍‌ରେ ଆବେଦନ କରିପାରିବେ ପରୀକ୍ଷାର୍ଥୀ । ଅଗଷ୍ଟ ୨୩ରୁ ସେମ୍ବେର ୩ ମଧ୍ୟରେ କମନ PG ପ୍ରବେଶିକା ପରୀକ୍ଷା ହେବ । କେବଳ ସେପ୍ଟେମ୍ବର ୨୭ ଓ ୨୯ ତାରିଖରେ ପରୀକ୍ଷା ହେବ ନାହିଁ । ଅକ୍ଟୋବର ୧୨ ତାରିଖରେ ମେରିଟ ଲିଷ୍ଟ ପ୍ରକାଶ ପାଇବ । ରେଜଲ୍ଟ ପ୍ରକାଶ ପାଇନଥିବା UG ଛାତ୍ରଛାତ୍ରୀ ବି ଆବେଦନ କରିପାରିବେ । 

ଅନ୍ୟପଟେ ଆସନ୍ତା କାଲିଠାରୁ ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା ଦେବେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ I ପ୍ରାୟ ୧୧ହଜାର ୧୫୧ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଏଥିପାଇଁ ୫୦୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତରଖାତା ପହଞ୍ଚି ସାରିଛି । ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ ପରେ ଭିତରକୁ ପ୍ରବେଶ ଅନୁମତି ଦିଆଯିବ । ପରୀକ୍ଷାରେ ନିୟୋଜିତ ହେବାକୁ ଥିବା ସମସ୍ତ ଶିକ୍ଷକଙ୍କ ଆଣ୍ଟିଜେନ୍ ପରୀକ୍ଷା କରାଯାଇଛି । ପରୀକ୍ଷା ପାଇଁ ସ୍ୱତନ୍ତ୍ର କୋଭିଡ୍ ସ୍କ୍ଵାଡ୍ ଗଠନ କରାଯାଇଛି । ପ୍ରତିଟି ପରୀକ୍ଷା କେନ୍ଦ୍ରରେ ଅବଜରଭର ନିୟୋଜିତ କରାଯାଇଛି ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି ।

ଅଗଷ୍ଟ ୧୪ ତାରିଖ ରାତି ୧୧ଟା ୪୫ ସୁଦ୍ଧା ଆଶାୟୀମାନେ ଅନ୍‌ଲାଇନ୍ ଆବେଦନ କରିପାରିବେ । ଅଗଷ୍ଟ ୨୦ ତାରିଖରୁ ଆଶାୟୀମାନେ ସେମାନଙ୍କ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ୍ କରିପାରିବେ । କମନ ପିଜି ପ୍ରବେଶିକା ପରୀକ୍ଷା ସମ୍ପର୍କିତ ବିଜ୍ଞପ୍ତି ବିଷୟରେ ଅଧିକ ଜାଣିବା ପାଇଁ www.samsodisha.gov.in ୱେବ୍‌ସାଇଟ୍‌କୁ ଯାଆନ୍ତୁ।