/odishatv-khabar/media/post_attachments/uploadimage/library/16_9/16_9_0/School__1626520980.jpg)
School
ଭୁବନେଶ୍ୱର: ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ମାଟ୍ରିକ ଅଫଲାଇନ ପରୀକ୍ଷା ଓ ସ୍କୁଲ ଖୋଲିବା ସଂପର୍କରେ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁଙ୍କ ସୂଚନା ଦେଇ କହିଛନ୍ତି ଯେ ସ୍କୁଲ ଖୋଲିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୨୬ ସୋମବାର ଠାରୁ ଦଶମ, ଦ୍ୱାଦଶ ଶ୍ରେଣୀ ଖୋଲିବ। ଏହା ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ପାଇଁ ଏହା ପ୍ରଯୁଜ୍ୟ।
ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ହେଉଛି, ପରୀକ୍ଷା ପରେ ଖୋଲିବ। ସ୍କୁଲକୁ ଆସିବା ପିଲାମାନଙ୍କର ଇଚ୍ଛାଧୀନ ରହିବ ବୋଲି ସେ କହିଛନ୍ତି। ଅଭିଭାବକମାନଙ୍କ ସହ ଆଲୋଚନା କରି ସ୍କୁଲକୁ ପିଲା ଆସିପାରିବେ। ଦଶମ, ଦ୍ୱାଦଶ ସହ ଅନ୍ୟ ଶ୍ରେଣୀ ଅନଲାଇନ ଶିକ୍ଷା ଚାଲୁ ରହିବ ବୋଲି ସେ କହିଛନ୍ତି ।
ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଳ ବିଶେଷରେ ଜିଲ୍ଲାପାଳଙ୍କ ଉପରେ ନ୍ୟସ୍ତ ରହିବ। ଯଦି କେଉଁଠି କେସ୍ ବଢ଼େ, ଜିଲ୍ଲାପାଳ ସେ ଅନୁସାରେ ସେଠି ସ୍କୁଲ ଖୋଲିବେ। ସ୍କୁଲ ସକାଳ ୧୦ଟାରୁ ଦିନ ୧ଟା ୩୦ ଯାଏ ଖୋଲିବ। ସ୍କୁଲରେ ଖେଳଛୁଟି ହେବନି, ପିଲା ଘରେ ଯାଇ ଖାଇପାରିବେ। ରବିବାର ଓ ସମସ୍ତ ସରକାରୀ ଛୁଟି ଦିନରେ ସ୍କୁଲ ବନ୍ଦ ରହିବ।
ସେହିପରି ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପାଇଁ ସ୍କୁଲ ଖୋଲିପାରେ। ପ୍ରେସବାର୍ତ୍ତାରେ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ଦଶମ, ଦ୍ୱାଦଶ ପରେ ନବମ ପାଇଁ ଆମେ ଧ୍ୟାନ ଦେଉଛୁ। ଯଦି ପରିସ୍ଥିତି ଠିକ ରହେ, ତେବେ ଅଗଷ୍ଟ ୧୬ରୁ ନବମ ଖୋଲିବ। ସେମ୍ବେର ୧୫ରୁ ଏକାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ଯୋଜନା ଥିବା ସେ କହିଛନ୍ତି।
ଏଣିକି ସିବିଏସ୍ଇ ଢାଞ୍ଚାରେ ନବମ ଏବଂ ଦଶମ ପିଲାଙ୍କ ମୂଲ୍ୟାୟନ କରାଯିବ। ନବମ, ଦଶମ ପିଲା ସବୁ ପରୀକ୍ଷାକୁ ଗୁରୁତ୍ୱର ସହ ନିଅନ୍ତୁ ବୋଲି ସଚିବ କହିଛନ୍ତି। ନବମ ଏବଂ ଦଶମରେ ବର୍ଷ ତମାମ ଆସେସମେଣ୍ଟ ପରୀକ୍ଷା ଚାଲିବ। ବର୍ଷକରେ ୪ଟି ଫର୍ମେଟିଭ୍ ଓ ୨ଟି ସବମିଟିଭ୍ ପରୀକ୍ଷା ହେବ। ସେପ୍ଚେମ୍ବର ୨ୟ ସପ୍ତାହ, ନଭେମ୍ବର ପ୍ରଥମ ସପ୍ତାହ, ଜାନୁଆରୀ ୨ୟ ସପ୍ତାହ ଓ ମାର୍ଚ୍ଚ ୨ୟ ସପ୍ତାହରେ ପରୀକ୍ଷା ହେବ। ଆସେସମେଣ୍ଟ ପରୀକ୍ଷା ସରିଲେ ହେବ ଫାଇନାଲ ପରୀକ୍ଷା ହେବ। ଯଦି ପୁଣି କୋଭିଡ଼ ନେଇ ପରୀକ୍ଷା କରି ନହୁଏ, ଏ ଅନୁସାରେ ରେଜଲ୍ଟ ପ୍ରକାଶ ପାଇବ। ଶ୍ରେଣୀ ଶିକ୍ଷକଙ୍କ ଦ୍ୱାରା ଆସେସମେଣ୍ଟ ଟେଷ୍ଟ ପରିଚାଳନା ହେବ। ନବମ, ଦଶମ ପିଲା ସବୁ ପରୀକ୍ଷାକୁ ଗୁରୁତ୍ୱର ସହ ନିଅନ୍ତୁ ସଚିବ କହିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)