Schools Closed
ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକରେ ସ୍କୁଲ ଛୁଟି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଦୃଷ୍ଟିରୁ ଦୁଇ ସହରରେ ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସିବେ । ସେଦିନ ସେ ରୋଡ ସୋ' କରିବାର କାର୍ଯ୍ୟକ୍ରମ ଥିବାବେଳେ ଟ୍ରାଫିକ୍ ସମସ୍ୟା ଆଶଙ୍କା କରି ସ୍କୁଲ୍ ଛୁଟି ପାଇଁ ଗଣ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।
ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ଜୁନ୍ ୨୦ ତାରିଖ ଦିନ ୩ଟା ୪୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ଟା ୪୫ରୁ ୪ଟା ୧୫ ଯାଏଁ ବିମାନବନ୍ଦରରୁ ଜନତା ମଇଦାନ ସଭାସ୍ଥଳୀ ପର୍ଯ୍ୟନ୍ତ ରୋଡ ସୋ' କରିବେ । ଏହା ପରେ ଅପରାହ୍ନ ସାଢେ ୫ଟା ଯାଏ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ସ୍ଥଳ ଜନତା ମଇଦାନରେ ରହିବେ ।
ଅଧିକ ପଢ଼ନ୍ତୁ: ଜୁନ୍ ୨୦ରେ ଭୁବନେଶ୍ବରରେ ରୋଡ୍ ଶୋ’ କରିବେ PM ମୋଦି
ଏହି ଦୃଷ୍ଟିରୁ ଟ୍ରାଫିକ୍ ସମସ୍ୟା ଆଶଙ୍କା କରି ଭୁବନେଶ୍ୱର ଓ କଟକ ମହାନଗରରେ ସ୍କୁଲ ଛୁଟି କରିବାକୁ ଗଣ ଶିକ୍ଷା ବିଭାଗ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1750252415.jpg)