• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଖୋଲିବ ସ୍କୁଲ୍‌ । ଆରମ୍ଭ ହେବ ଅଫ୍‌ଲାଇନ୍‌ ପାଠପଢ଼ା । ଆସନ୍ତା କାଲିଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍ ଖୋଲିବ । ଆସନ୍ତା ସପ୍ତାହରେ ପାଠ ପଢ଼ାହେବ ନାହିଁ କେବଳ ଆକ୍ଟିଭିଟି କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

 ପିଲାମାନେ ଗତ ଦୁଇ ବର୍ଷ ହେବ ସ୍କୁଲରେ ପାଠ ପଢି ନାହାଁନ୍ତି ଏଥିପାଇଁ ସ୍ୱତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ କୋର୍ସରେ ସାମିଲ କରାଯିବ ଫଳରେ ପିଲାମାନେ ପାଠପଢ଼ାରେ ପଛେଇବେ ନାହିଁ ବୋଲି ଆଶା ରଖାଯାଇଛି ।

ସୂଚନା ଅନୁସାରେ,ଦଶମ ଦ୍ୱାଦଶ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି । ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଷ୍ଟେକ୍‌ହୋଲ୍ଡରଙ୍କ ସହ ଆଲୋଚନା ଜାରି ରଖିଛନ୍ତି । ତେବେ ଦୁଇ ବୋର୍ଡ଼ ରିପୋର୍ଟ ଆଧାରରେ ପରୀକ୍ଷାର ନିଷ୍ପତ୍ତି ନିଆଯିବ ।

ଅନ୍ୟପକ୍ଷେ,କରୋନା କଟକଣା ମଧ୍ୟରେ ଆସନ୍ତାକାଲି ପ୍ରଥମରୁ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବାକୁ ନେଇ ଗତକାଲି ଅଭିଭାବକ ସମ୍ମିଳନୀ ହୋଇଥିଲା । ଏଥିରେ ସ୍କୁଲ ପରିଚାଳନା କମିଟି ସଦସ୍ୟଙ୍କୁ ସ୍କୁଲ ପରିଚାଳନା ନେଇ ପ୍ରଶିକ୍ଷଣ ଦିଆଯାଇଛି । ପ୍ରାୟ ଦୁଇ ବର୍ଷର ବ୍ୟବଧାନ ପରେ ସ୍କୁଲ ଖୋଲିଥିବାରୁ ଛାତ୍ରଛାତ୍ରୀମାନେ ମୌଳିକ ଜ୍ଞାନ ହରାଇଛନ୍ତି ବୋଲି ବିଭିନ୍ନ ସର୍ଭେ ତଥ୍ୟ ଦର୍ଶାଇଛି ।

ତେଣୁ ସ୍କୁଲ ଖୋଲିବା ପ୍ରଥମ ସପ୍ତାହରେ ହିଁ ପିଲାଙ୍କର ପାଠପା ହେବ ନାହିଁ । ପ୍ରଥମ ୬ ଦିନ ପିଲାଙ୍କର ସାମାଜିକ ଭାବାବେଗ ଶିକ୍ଷା(ସୋସିଓ ଇମୋସନାଲ୍ ଲଣ୍ଣିଂ) ଉପରେ ଗୁରୁତ୍ୱ ଦିଆଯିବ । ଏହି ୬ ଦିନ ପିଲାଙ୍କୁ ଖେଳକୁଦ, ନାଚ, ଗୀତ, ବିଭିନ୍ନ ପ୍ରତିଯୋଗିତା ଆଦି ଆକ୍ଟିଭିଟି ମାଧ୍ୟମରେ ସ୍କୁଲ ସହିତ ବାନ୍ଧି ରଖିବେ ।