Advertisment

‘JEE ମାଧ୍ୟମରେ IIT ଯାଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ରହିପାରେ ସ୍ପୋର୍ଟସ କୋଟା’

ଜାତୀୟ ଶିକ୍ଷା ନୀତିରେ ୮ଟି ବିଷୟରେ କ୍ରୀଡ଼ା ଓ ଫିଜିକାଲ୍ ଏଜୁକେଶନ ବା ଶାରିରୀକ ଶିକ୍ଷାକୁ ମଧ୍ୟ ପ୍ରାଥମିକତା ଦିଆଯାଇଛି । ଏହାକୁ ଆଉ ଏକ୍ସଟ୍ରାକରିକୁଲାର୍ ନୁହେଁ, ଏକ ବିଧିବଦ୍ଧ ବିଷୟ ଭାବରେ ପିଲାମାନେ ପଢ଼ିବେ ବୋଲି ସେ କହିଛନ୍ତି ।

Sports Quota

Sports Quota

Advertisment

ଆଇଆଇଟିରେ କାର୍ଯ୍ୟକାରୀ ହୋଇପାରେ ସ୍ପୋର୍ଟସ କୋଟା । ଜେଇଇ ମାଧ୍ୟମରେ ଆଇଆଇଟି ଯାଏଁ ଯାଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସ୍ପୋର୍ଟସ କୋଟା ରହିବା ସମ୍ଭାବନା ଅଛି। ସ୍ପୋର୍ଟସ କୋଟା ନେଇ ଆଇଆଇଟି କାଉନସିଲ ନୀତିଗତ ନିଷ୍ପତ୍ତି ନେଇଛନ୍ତି ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ, ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ଏବଂ ବିଭିନ୍ନ ସଂଗଠନ ପକ୍ଷରୁ ଆୟୋଜିତ ସ୍ୱାସ୍ଥ୍ୟ ଓ କ୍ରୀଡ଼ା ସଂପର୍କିତ ଅନ୍ତର୍ଜାତୀୟ ସମ୍ମିଳନୀର ଉଦଯାପନୀ ସମାରୋହରେ ଯୋଗ ଦେଇ ଏହା କହିଛନ୍ତି ଧର୍ମେନ୍ଦ୍ର ।

Advertisment

ସେ କହିଛନ୍ତି ଯେ, ଜାତୀୟ ଶିକ୍ଷା ନୀତିରେ ୮ଟି ବିଷୟରେ କ୍ରୀଡ଼ା ଓ ଫିଜିକାଲ୍ ଏଜୁକେଶନ ବା ଶାରିରୀକ ଶିକ୍ଷାକୁ ମଧ୍ୟ ପ୍ରାଥମିକତା ଦିଆଯାଇଛି । ଏହାକୁ ଆଉ ଏକ୍ସଟ୍ରା କରିକୁଲାର୍ ନୁହେଁ, ଏକ ବିଧିବଦ୍ଧ ବିଷୟ ଭାବରେ ପିଲାମାନେ ପଢ଼ିବେ ବୋଲି ସେ କହିଛନ୍ତି ।

Odisha Dharmendra Pradhan JEE Main IIT Delhi Sports Quota
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ