/odishatv-khabar/media/post_attachments/uploadimage/library/16_9/16_9_0/s_1694669129.jpg)
Strike by Odisha primary school teachers
ଆନ୍ଦୋଳନରତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ରାଜ୍ୟ ସରକାରଙ୍କ ନାଲି ଆଖି ! ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆନ୍ଦୋଳନକାରୀଙ୍କୁ ବୁଝାଇବା ପାଇଁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।
ବର୍ଷକୁ ୨୨୦ ଦିନ କାର୍ଯ୍ୟ ଦିବସ ପୂରଣ ନହେଲେ ପରବର୍ତ୍ତୀ ସମୟରେ ସମୂହ ଛୁଟିରେ ଥିବା ଶିକ୍ଷକମାନେ ଭରଣା କରିବେ ବୋଲି ଚିଠିରେ ଦର୍ଶାଯାଇଛି। ପ୍ରାଥମିକ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ସବ୍ କମିଟି ଶିକ୍ଷକଙ୍କ ଦାବି ସମ୍ପର୍କରେ ଆଲୋଚନା ଜାରି ରଖିଛି।
#ଶିକ୍ଷକଙ୍କୁ_ସରକାରଙ୍କ_ନାଲି_ଆଖି !
ଆନ୍ଦୋଳନରତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ରାଜ୍ୟ ସରକାରଙ୍କ ନାଲି ଆଖି ! ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ...#TeachersProtest#Odishapic.twitter.com/wXhemf9b5h— ଓଟିଭି (@otvkhabar) September 14, 2023
ଏନେଇ ଶିକ୍ଷକଙ୍କୁ ଅବଗତ କରିବାକୁ ଡିଇଓ ଏବଂ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)