/odishatv-khabar/media/post_attachments/uploadimage/library/16_9/16_9_0/IMAGE_1632401809.jpg)
Utkal University 2nd Campus
ଯାଜପୁର: ଉତ୍କଳ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ୍ରେ ଛାତ୍ରଛତ୍ରୀଙ୍କ ବିକ୍ଷୋଭ । କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ନାରା ଦେବା ସହ କଲେ ଆନ୍ଦୋଳନ । ଯାଜପୁର ଚଣ୍ଡିଖୋଲସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ୍ରେ ପଢ଼ାଯାଉଥିବା ନର୍ସିଂ ଶିକ୍ଷାରେ ଅବ୍ୟବସ୍ଥା ନେଇ ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି । ବେଆଇନ ଭାବେ ଫିସ୍ ଆଦାୟକୁ ବିରୋଧ କରି ଆଜି ଏବିଭିପି ପକ୍ଷରୁ ଆନ୍ଦୋଳନ କରାଯାଇଛି ।
Utkal University 2nd Campusବିଶ୍ୱବିଦ୍ୟାଳୟର ନର୍ସିଂ ଛାତ୍ରଛାତ୍ରୀମାନେ ଆଜି ଏହାକୁ ବରୋଧ କରି ପାଠପଢ଼ା ବନ୍ଦ କରିବା ସହିତ ଆନ୍ଦୋଳନ କରିଛନ୍ତି । ଏକାଡେମିକ୍ ଫିସ୍ ବାବଦରେ ୮ ହଜାର ଟଙ୍କା ନିଆଯାଇଛି । ଯାହାକି ସମ୍ପୂର୍ଣ୍ଣ ବେଆଇନ ବୋଲି ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି । ସେହିପରି ଏଠାରେ ନର୍ସିଂ ଛାତ୍ରଛାତ୍ରୀମାନଙ୍କ ପ୍ରାକ୍ଟିକାଲ କରାଯାଉ ନଥିବା ମଧ୍ୟ ଅଭିଯୋଗ ହୋଇଛି । ଏସମ୍ପର୍କରେ ବିଭାଗୀୟ ଉଚ୍ଚ କତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି । ତେବେ ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବିଭାଗୀୟ ମୁଖ୍ୟ କହିଛନ୍ତି ।
Utkal University 2nd Campus/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)