/odishatv-khabar/media/post_attachments/uploadimage/library/16_9/16_9_0/IMAGE_1741857729.jpg)
+୨ ପରେ ପଢ଼ିପାରିବେ B.Ed
ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍ ପାଠ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର MOU । ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟିରେ MOU ହୋଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି । ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ITEP କୋର୍ସ ପଢ଼ାଯିବ । ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ ବୋଲି ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।
ଆସିବ ୪ ବର୍ଷର ନୂଆ ଇଣ୍ଟିଗ୍ରେଟେଡ୍ ଟିଚର ଏଜୁକେସନ ପ୍ରୋଗ୍ରାମ ବା ITEP କୋର୍ସ। ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ବିଭାଗ ନେଉଛି। ITEP ସେ ଭିତରୁ ଅନ୍ୟତମ। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ଏଣିକି ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତ୍ତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)