Advertisment

ଆଜିଠୁ ଖୋଲିଲା ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ

ସ୍କୁଲ୍ ଓ କଲେଜ ପରେ ଆଜିଠୁ ଖୋଲିଲା ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ। ଏଥିପାଇଁ କ୍ୟାମ୍ପସ୍‌କୁ ସାନିଟାଇଜ୍‌ କରାଯିବା ସହ ଛାତ୍ରଛାତ୍ରୀ ଯେଭଳି କରୋନାରେ ସଂକ୍ରମିତ ନହୁଅନ୍ତି ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଆଜିଠୁ ଖୋଲିଲା ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ

technical institutions

ଭୁବନେଶ୍ୱର: ସ୍କୁଲ୍ ଓ କଲେଜ ପରେ ଆଜିଠୁ ଖୋଲିଲା ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ। ଏଥିପାଇଁ କ୍ୟାମ୍ପସ୍‌କୁ ସାନିଟାଇଜ୍‌ କରାଯିବା ସହ ଛାତ୍ରଛାତ୍ରୀ ଯେଭଳି କରୋନାରେ ସଂକ୍ରମିତ ନହୁଅନ୍ତି ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଏଥିପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି। ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲୁଥିଲେ ବି ଅଗ୍ରାଧିକାର ଭିତ୍ତିରେ କେବଳ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ହିଁ କ୍ଲାସ୍ ରୁମ୍ ପାଠପଢ଼ା ଲାଗି ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅନୁମତି ଦେଇଛି। ଏଥିପାଇଁ ଏସ୍ଓପି ମଧ୍ୟ ଜାରି ହୋଇଛି।

Advertisment

ରାଜ୍ୟରେ ଇଞ୍ଜିନିୟରିଂ, MBA, MCA ଓ ଫାର୍ମାସି ପାଠ୍ୟକ୍ରମର ପ୍ରାୟ ୨୦୦ ଶିକ୍ଷାନୁଷ୍ଠାନ ରହିଛି। ସେହିପରି ଆଇଟିଆଇ ଓ ଡିପ୍ଲୋମାରେ ଆଉ ୧୫୦ ଶିକ୍ଷାନୁଷ୍ଠାନ ସାମିଲ ଅଛି। ଏସବୁ ବୈଷୟିକ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ଲକ୍ଷେରୁ ଅଧିକ। ସମସ୍ତ ଶିକ୍ଷାନୁଷ୍ଠାନରେ କୋଭିଡ୍ ଗାଇଡଲାଇନକୁ କଡ଼ାକଡି ପାଳନ ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଆସିବା ପୂର୍ବରୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବା ମାତ୍ରେ ସଂକ୍ରମଣ ବ୍ୟାପିଥିବା ନଜରକୁ ଆସିଥିଲା। ତେଣୁ ଏଥର ଅଧିକ ସତର୍କ ହୋଇ ସଂକ୍ରମଣମୁକ୍ତ ଶିକ୍ଷାଦାନ ପରିବେଶ ଲାଗି ସଜାଗ ହୋଇଛି ବୈଷୟିକ ଶିକ୍ଷା ବିଭାଗ।

Advertisment

ଅନ୍ୟପକ୍ଷେ, ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା କଲେଜ, ୟୁନିଭର୍ସିଟି ଅଗଷ୍ଟ ୧୬ ତାରିଖରୁ ଖୋଲିବ। ପିଜି ପ୍ରଥମ ବର୍ଷ ଓ ୟୁଜି ପ୍ରି-ଫାଇନାଲ ବର୍ଷ ପାଇଁ ହେବ ପାଠପଢ଼ା। ୧୬ରୁ ଉଭୟ ବର୍ଗରେ କ୍ଲାସ ରୁମ୍ ପାଠପଢ଼ା ନେଇ ବିଭାଗୀୟ ସୂଚନା ଦିଆଯାଇଛି। ତେବେ କୋଭିଡ କଟକଣା ଭିତରେ କଲେଜ ଖୋଲିବ। ମାସ୍କ, ସୋଶିଆଲ ଡିଷ୍ଟାନ୍ସିଂ ଏବଂ ସାନିଟାଇଜକୁ କଡାକଡି କରାଯାଇଛି। 

ସୂଚନାଥାଉ କି, ଜୁଲାଇ ୨୬ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍‌ ଖୋଲି ସାରିଛି। ସ୍କୁଲ୍‌ ଖୋଲିବା ପୂର୍ବରୁ ଭଲ ଭାବରେ ଶ୍ରେଣୀଗୃହ ଗୁଡ଼ିକ ସାନିଟାଇଜ୍‌ କରାଯାଇଥିଲା। ସାନିଟାଇଜର ଦିଆଯାଇ ଓ ଥର୍ମାଲ୍‌ ସ୍କ୍ରିନିଂ କରାଯାଇ ଛାତ୍ରଛାତ୍ରୀଙ୍କୁ ସ୍କୁଲ୍ ଭିତରକୁ ଛଡ଼ା ଯାଇଥିଲା। ସମସ୍ତ ସ୍କୁଲରେ ସାମାଜିକ ଦୂରତା ରଖି ସିଟିଂ ଆରେଞ୍ଜମେଣ୍ଟ ହୋଇଛି। ଗାଇଡ୍‌ଲାଇନ୍‌ ଅନୁଯାୟୀ, ଦିନ ସାଢେ ଗୋଟାଏ ଯାଏ କ୍ଲାସ ଚାଲିବ। ସେହିପରି ଅଗଷ୍ଟ ୧୬ରୁ ଆରମ୍ଭ ହେବ ନବମ ଶ୍ରେଣୀ କ୍ଲାସ୍‌। 

Odisha Technical Institutions
Advertisment
Advertisment