Advertisment

ବଡ଼ ଖବର: ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା...

ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର।  ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା ।

ଅଦ୍ୟତନ ହୋଇଛି
Odisha CHSE Exam Date 2025

+2 Exam

Advertisment

ବଡ଼ ଖବର । ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର।  ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା । ଡିସେମ୍ବର ୨୬ରୁ ଜାନୁଆରୀ ୧୫ ଯାଏଁ ପ୍ରାକ୍ଟିକାଲ ।

Advertisment

ଏପଟେ ବଦଳିଲା ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା...

ଏପଟେ ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନ ପତ୍ର ଢାଞ୍ଚା ରେ ପରିବର୍ତ୍ତନ ନେଇ ସିଏଚ୍‌ଏସ୍‌ଇ କହିଛି, "ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପାର୍ଟନକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି । ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ ଶିକ୍ଷାବର୍ଷରୁ ଏହା ଲାଗୁ କରାଯିବ। "ନୂଆ ପଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ଆଜି ଅର୍ଥାତ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତ ଜୁନ୍ ୨୮ ତାରିଖରେ ପରିଷଦର ବୈଠକ ଏହି ନିଷ୍ପତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ: NIRF ରାଙ୍କିଂ ! ଟପ୍‌-୧୦୦ରେ ଓଡ଼ିଶାର ୩ ପ୍ରମୁଖ ଶିକ୍ଷାନୁଷ୍ଠାନ

କେଉଁ ମାନେ ଦେବେ କେତେ ମାର୍କର ପରୀକ୍ଷା...

ସିଏଚ୍‌ଏସ୍‌ଇର ବିଜ୍ଞପ୍ତି ଅନୁଯାୟୀ, "୨୦୨୫ ରେ ଯୁକ୍ତଦୁଇ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରୀଛାତ୍ର (୨୦୨୩ରେ ନାମଲେଖାଇଥିବା ଛାତ୍ରାଛାତ୍ର)ଙ୍କ ପାଇଁ ଏହି ନୂଆ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ । ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ ମାର୍କର ଥିଓରୀ ଓ ୫୦ ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ତେବେ ନନ୍‌ପ୍ରାକ୍ଟିକାଲ ବିଷୟ ଗୁଡ଼ିକରେ ୮୦ ମାର୍କର ଥିଓରୀ ଏବଂ ୨୦ ମାର୍କର ଉଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ ମାର୍କର ଥିଓରୀ ଏବଂ ୧୦ ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ । ପ୍ରାକ୍ଟିକାଲ/ ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍ ହେବା ପାଇଁ ମୋଟ ୮୦ ମାର୍କରୁ ୨୪ ମାର୍କ ଅର୍ଥାତ୍ ୩୦% ରଖିବାକୁ ପଡ଼ିବ । ସେହିଭଳି ୨୦୨୨ ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଉକ୍‌ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି," ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅଧିକ ପଢ଼ନ୍ତୁ: ବଦଳିବ ୟୁନିଭର୍ସିଟି ଆଇନ୍- ୨୦୨୦, କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି ପରେ ତେଜିଲା ପଲିଟିକ୍ସ

Advertisment


— ଓଟିଭି (@otvkhabar) August 21, 2024

PLus 2 Exam CHSE Exam CHSE Odisha Odisha CHSE Exams
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ