/odishatv-khabar/media/post_attachments/uploadimage/library/16_9/16_9_0/IMAGE_1741234231.jpg)
Matric Exam
ଆଜି ସରିବ ମାଟ୍ରିକ ପରୀକ୍ଷା। ତୃତୀୟ ଭାଷା ହିନ୍ଦି ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢ଼େ ୧୧ଟା ଯାଏଁ ଚାଲିବ।
Advertisment
ରାଜ୍ୟରେ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଛାତ୍ରଛାତ୍ରୀ। ପେପର୍ ଲିକ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ QR କୋଡ୍ ସହ ସ୍ପେଶାଲ୍ ନମ୍ବର ରହିଛି।
ଅଧିକ ପଢ଼ନ୍ତୁ : ଅଧା ରହିଲା ମାଟ୍ରିକ ପରୀକ୍ଷା, କଲମ ଧରିବା ପୂର୍ବରୁ ଟଳିପଡିଲେ ଛାତ୍ର
Advertisment
ସୂଚନାଯୋଗ୍ୟ, ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ରାଜ୍ୟରେ ହୋଇଥିବା ୩ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ଦେଉଛନ୍ତି। କପି ରୋକିବା ପାଇଁ ଚାରିସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଛି । ୬ଶହ କେନ୍ଦ୍ରରେ ଲାଇଭ ଭିଡିଓ ବ୍ୟବସ୍ଥା ହୋଇଛି । ପ୍ରଶ୍ନପତ୍ର ଭାଇରାଲ୍ ରୋକିବା ପାଇଁ କ୍ୟୁଆର୍ କୋର୍ଡ ବ୍ୟବସ୍ଥା କରାଯାଇଛି ।
ଅଧିକ ପଢ଼ନ୍ତୁ: ମାଟ୍ରିକ୍ ପ୍ରଶ୍ନପତ୍ରରେ ତ୍ରୁଟି: କମ୍ ରହିଛି ୪ ମାର୍କର ପ୍ରଶ୍ନ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)