Advertisment

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ଏଥର ପାସ୍‌ ହାର ୯୬.୪%

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
BSE Odisha 10th Result 2023

Today Odisha Matric Results Announced

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରାଯାଇଛି। ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତ ବର୍ଷ ପାସ୍‌ ହାର ୯୬.୪୦% ରହିଛି। ମାଟ୍ରିକ ରେଜଲ୍ଟ ସହ ଆଜି ଷ୍ଟେଟ୍ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି।

Advertisment

ମାଟ୍ରିକ୍‌ ରେଜଲ୍ଟ ଅପଡେଟ୍‌...

  • ଚଳିତ ବର୍ଷ ପାସ୍‌ ହାର ୯୬.୪୦%
  • A1- ୪,୧୫୮, A2- ୨୯,୮୩୮ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି
  • B1- ୭୭,୫୬୭, B2-୧,୧୮,୭୫୦ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି
  • ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ
  • ଛାତ୍ରୀଙ୍କ ପାସ୍‌ ହାର ୯୭.୦୫% ଓ ଛାତ୍ରଙ୍କ ପାସ୍‌ ହାର ୯୫.୭୫%
  • କଟକ ଓ ଜଗତସିଂହପୁର ଜିଲ୍ଲାରେ ପାସ୍‌ ହାର ସର୍ବାଧିକ ୯୭.୯୯%
  • ମାଲକାନଗିରି ଜିଲ୍ଲାରେ ସବୁଠାରୁ କମ୍‌ ରେଜଲ୍ଟ, ପାସ୍‌ ହାର ୯୨.୬୩%
  • ୩ ହଜାର ୨୨୨ ସ୍କୁଲ୍‌ରେ ଶତପ୍ରତିଶତ ରେଜଲ୍ଟ
  • ୯୦%ରୁ ଅଧିକ ନମ୍ବର ରଖିଥିବା ଝିଅଙ୍କ ସଂଖ୍ୟା ୨,୨୫୪
  • ୯୦%ରୁ ଅଧିକ ନମ୍ବର ରଖିଥିବା ପୁଅଙ୍କ ସଂଖ୍ୟା ୧,୯୦୪
  • ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ପାସ୍‌ ହାର ୭୫.୦୭%, ମଧ୍ୟମା ୮୫.୯୪%

କେମିତି ଚେକ୍‌ କରିବେ ରେଜଲ୍ଟ...

ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ। www. bseodisha.ac.in ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀ ରେଜଲ୍ଟ ଚେକ୍‌ କରିପାରିବେ। SMS ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ।

Advertisment

OR10 ଲେଖି ସ୍ପେଶ୍‌ ଦେବା ପରେ ନିଜ ରୋଲ୍ ନମ୍ବରକୁ ଟାଇପ୍‌ କରି 5676750 ନମ୍ବରକୁ ପଠାଇ ଜାଣିପାରିବେ। ପରୀକ୍ଷା ଫଳକୁ ନେଇ ଯଦି କୌଣସି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ। ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ଜାରି କରାଯାଇଛି। ନମ୍ବରଟି ହେଲା ୦୬୭୧-୨୪୧୫୪୬୦। 

ସୂଚନାଥାଉ କି, ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ମାର୍ଚ୍ଚ ୧୦ରୁ ପରୀକ୍ଷା ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହୋଇଥିଲା । ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ପରୀକ୍ଷା ଖାତା ଦେଖାରେ ନିୟୋଜିତ ହୋଇଥିଲେ। 

Matric Results BSE Odisha
Advertisment
Advertisment