Advertisment

ୟୁଜିସି ପାଠ୍ୟକ୍ରମରେ ସାମିଲ୍ ହେବ ସନ୍ଥକବି ଭୀମଭୋଇଙ୍କ ଜୀବନୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ

ୟୁଜିସି ପାଠ୍ୟକ୍ରମରେ ସାମିଲ୍ ହେବ ସନ୍ଥକବି ଭୀମଭୋଇଙ୍କ ଜୀବନୀ। ସମ୍ବଲପୁର ରେଢ଼ାଖୋଲ ଗସ୍ତ ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି।

ଅଦ୍ୟତନ ହୋଇଛି
Union Education Minister

Union Education Minister

Advertisment

ଭୁବନେଶ୍ୱର: ୟୁଜିସି ପାଠ୍ୟକ୍ରମରେ ସାମିଲ୍ ହେବ ସନ୍ଥକବି ଭୀମଭୋଇଙ୍କ ଜୀବନୀ। ସମ୍ବଲପୁର ରେଢ଼ାଖୋଲ ଗସ୍ତ ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି। ଏହି ଅବସରରେ ସେ କହିଥିଲେ ଯେ, ଭୀମ ଭୋଇଙ୍କ ସାହିତ୍ୟ, ଦର୍ଶନ ଉପରେ ଯେତିକି ଗବେଷଣା ହେବା କଥା ତାହା ହୋଇ ନାହିଁ। ଏଣିକି ସନ୍ଥକବିଙ୍କ ଜୀବନୀ ଉପରେ ଉଚ୍ଚତର ଗବେଷଣା କରାଯିବ। ଏହାସହ ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଭୀମ ଭୋଇଙ୍କ ନାଁରେ ଚେୟାର ପ୍ରତିଷ୍ଠା ହେବ।’

Advertisment

କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି ଯେ, ଆଗାମୀ ଦିନରେ ୟୁଜିସି ପାଠ୍ୟକ୍ରମରେ, ୟୁଜିସିର ଫିଲୋଶଫରମାନଙ୍କ ତାଲିକାରେ ସନ୍ଥକବି ଭୀମଭୋଇଙ୍କୁ ଅଗ୍ରାଧିକାର ଦିଆଯିବ। ଉଚ୍ଚତର ଗବେଷଣା କରାଯିବ। ଏହାସହ ବିଭିନ୍ନ ବିଶ୍ୱ ବିଦ୍ୟାଳୟରେ ୟୁଜିସି ପକ୍ଷରୁ ଭୀମଭୋଇଙ୍କ ନାଁରେ ଚେୟାର ପ୍ରସ୍ତୁତ କରାଯିବ। ବିଭିନ୍ନ ରାଜ୍ୟରେ କରାଯିବ। ଅନ୍ତଃରାଷ୍ଟ୍ରୀୟ ସ୍ତରରେ ମଧ୍ୟ କରାଯିବାର ବ୍ୟବସ୍ଥା କରାଯିବ। 

Advertisment

ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜନ୍ମ ଜୟନ୍ତୀ ଅବସରରେ ଆଜି ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ବାମୁର ସ୍ଥିତ ମହାତ୍ମା ଗାନ୍ଧି ସ୍ମୃତି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ। ଏହାସହ ଜଏରାଟ ଗାଁରେ ଆୟୋଜିତ ପଦଯାତ୍ରାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ସାମିଲ ହୋଇଥିଲେ। ଗାନ୍ଧିଜୀଙ୍କ ଆଦର୍ଶ ଓ ଚିନ୍ତାଧାରା ଆଜି ବି ଶାସ୍ୱତ ଏବଂ ପ୍ରାସଙ୍ଗିକ ହୋଇ ରହିଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଥିଲେ। 

Advertisment

Dharmendra Pradhan UGC Union Education Minister Bhima Bhoi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ