Advertisment

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଣ୍ଡିଜ୍‌ଙ୍କୁ ଅଭିଯୁକ୍ତ ଦର୍ଶାଇଲା ED

୨୦୦ କୋଟି ଟଙ୍କା ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) ଜ୍ୟାକଲିନ୍‌ଙ୍କୁ ଅଭିଯୁକ୍ତ ଦର୍ଶାଇଛି। ଏହା ପୂର୍ବରୁ ଜ୍ୟାକଲିନ୍‌ଙ୍କ ୭ କୋଟି ୨୭ ଲକ୍ଷ ଟଙ୍କାର ସମ୍ପତ୍ତି ED ଜବତ କରିଥିଲା।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Actor Jacqueline Fernandez Laundered Money

Actor Jacqueline Fernandez Laundered Money

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଣ୍ଡିଜଙ୍କ ପାଇଁ ପୁଣି ଅଡ଼ୁଆ ବଢ଼ିଛି। ୨୦୦ କୋଟି ଟଙ୍କା ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) ଜ୍ୟାକଲିନ୍‌ଙ୍କୁ ଅଭିଯୁକ୍ତ ଦର୍ଶାଇଛି। ଏହାସହ ଏହି ମାମଲାରେ ED ସପ୍ଲିମେଣ୍ଟାରୀ ଚାର୍ଜସିଟ୍‌ ଦାଖଲ କରିଛି। ଏଥିରେ ଜ୍ୟାକଲିନଙ୍କ ନାଁ ମଧ୍ୟ ରହିଛି। ED ପକ୍ଷରୁ ଦିଲ୍ଲୀ କୋର୍ଟରେ ରେ ଏହି ଚାର୍ଜସିଟ୍‌ ଦାଖଲ ହୋଇଛି। 

Advertisment

ସୂଚନାଥାଉ କି, ଏହା ପୂର୍ବରୁ ଜ୍ୟାକଲିନ୍‌ଙ୍କ ୭ କୋଟି ୨୭ ଲକ୍ଷ ଟଙ୍କାର ସମ୍ପତ୍ତି ED ଜବତ କରିଥିଲା। ଏହି ସମ୍ପତ୍ତି ମଧ୍ୟରେ ଜ୍ୟାକଲିନ୍‌ଙ୍କ ୭ କୋଟି ୧୨ ଲକ୍ଷ ଟଙ୍କାର ଫିକ୍ସଡ୍‌ ଡିପୋଜିଟ୍‌ ମଧ୍ୟ ଥିଲା। 

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ସୂଚନା ଅନୁସାରେ, ମନି ଲଣ୍ଡ୍ରିଂ ମାମଲାରେ ଗିରଫ ହୋଇଥିବା ମହାଠକ ସୁକେଶ ଚନ୍ଦ୍ରଶେଖର ଧମକ ଦେଇ ଆଦାୟ କରିଥିବା ଟଙ୍କାରେ ଜ୍ୟାକଲିନ୍‌ଙ୍କୁ ୫ କୋଟି ୭୧ ଲକ୍ଷ ଟଙ୍କାର ଗିଫ୍ଟ ଦେଇଥିଲେ। ଜ୍ୟାକଲିନ୍‌ଙ୍କ ପରିବାର ଲୋକଙ୍କୁ ମଧ୍ୟ ଆମେରିକୀୟ ଓ ଅଷ୍ଟ୍ରେଲୀୟ ଡଲାରରେ ସୁକେଶ ଟଙ୍କା ଟ୍ରାନ୍ସଫର ହୋଇଥିବା ଜଣାପଡ଼ିଥିଲା। 

Advertisment

୨୦୦ କୋଟି ମନି ଲଣ୍ଡ୍ରିଂ(Money Laundering) ମାମଲାରେ ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)ର ପଚରାଉଚରା ବେଳେ ଅଭିନେତ୍ରୀ ଜ୍ୟାକଲିନ୍‌ଙ୍କ ନାଁ ସାମ୍ନାକୁ ଆସିଥିଲା। ଏହାପରେ ସୁକେଶଙ୍କ ସହ ଜ୍ୟାକଲିନ୍‌ଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ଏପରିକି ସୁକେଶ, ଜ୍ୟାକଲିନ୍‌ଙ୍କୁ ଦେଇଥିବା ଅନେକ ମହଙ୍ଗା ଗିଫ୍ଟକୁ ମଧ୍ୟ ତଦନ୍ତ ଏଜେନ୍ସି ଜବତ କରିଥିଲା। 

Bollywood Jacqueline Fernandez Extortion Case Sukesh Chandrasekhar Jacqueline Sukesh
Advertisment
Advertisment