Advertisment

ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ

ଉନ୍ନତ ଚିକିତ୍ସା ପାଇଁ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ଆଜି ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ସ୍ଥିତ ଘରୋଇ ହସ୍ପିଟାଲ ILBSରେ ତାଙ୍କର ଚିକିତ୍ସା କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି।

ଅଦ୍ୟତନ ହୋଇଛି
Pintu Nanda Leaves For Delhi for Treatment

Ailing Ollywood actor Pintu Nanda leaves for Delhi for treatment

Advertisment

ଉନ୍ନତ ଚିକିତ୍ସା ପାଇଁ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ଆଜି ଦିଲ୍ଲୀ ଯାଇଛନ୍ତି। ଆଜି ସକାଳୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଦିଲ୍ଲୀ ସ୍ଥିତ ଘରୋଇ ହସ୍ପିଟାଲ ILBSରେ ତାଙ୍କର ଚିକିତ୍ସା କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି। ସେଠାରେ ପିଣ୍ଟୁ ନନ୍ଦଙ୍କ ଲିଭର୍ ଟ୍ରାନ୍ସପ୍ଲାଣ୍ଟ କରାଯିବ। 

Advertisment

ଲିଭର୍ ସିରୋସିସ୍‌ରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲରେ ପିଣ୍ଟୁ ଚିକିତ୍ସିତ ହେଉଥିଲେ। ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ତେଣୁ ସେ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି।

Advertisment

ଲିଭର୍ ଟ୍ରାନ୍ସପ୍ଲାଣ୍ଟ ପାଇଁ ୫୦ ଲକ୍ଷରୁ ଅଧିକ ଟଙ୍କା ଆବଶ୍ୟକ ରହିଛି। ଏନେଇ ଓଡ଼ିଶା ସିନେ ଆର୍ଟିଷ୍ଟ ସଂଘ ସମେତ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପିଣ୍ଟୁଙ୍କ ପାଇଁ ଆର୍ଥିକ ସହାୟତା ରାଶି ମିଳିବାରେ ଲାଗିଛି। ଏହାସହ ଫ୍ୟାନ୍ସଙ୍କଠୁ ଆରମ୍ଭ କରି ଶୁଭାକାଂକ୍ଷୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୬ ମାସ ମଧ୍ୟରେ ତାଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ କରେଇବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି। ଯଦି ଲିଭର ଟ୍ରାନ୍ସପ୍ଲାଣ୍ଟ ନହୁଏ ତା’ହେଲେ ପିଣ୍ଟୁଙ୍କ ଅବସ୍ଥା ଆହୁରି ସଙ୍କଟାପନ୍ନ ହୋଇପାରେ ବୋଲି ଜଣାପଡ଼ିଛି। 

ସୂଚନାଥାଉ କି, ‘ଜୟ ଜଗନ୍ନାଥ’, ‘ବାହୁଡ଼ିବେ ମୋ ଜଗାବଳିଆ’, ‘ଆଇ ଲଭ୍ ମାଇଁ ଇଣ୍ଡିଆ’, ‘ସାଥୀରେ’, ‘ପ୍ରେମ ପାଇଁ ମହାଭାରତ’, ‘କଥା ଦେଲି ମଥା ଛୁଇଁ’, ‘ଲଭ୍ ମାଷ୍ଟର’, ‘ଦୋସ୍ତି’, ‘ପ୍ରେମ ଋତୁ ଆସିଲା ‌ରେ’, ‘ହାତ ଧରି ଚାଲୁଥା’, ‘ରଙ୍ଗ ନମ୍ବର’ ଓ ‘ଲଭ୍‌ ଏକ୍ସପ୍ରେସ୍‌’ ଆଦି ସିନେମାରେ ପିଣ୍ଟୁ ନନ୍ଦ ଅଭିନୟ କରିଛନ୍ତି। ତାଙ୍କ ଅଭିନୀତ ଓଡ଼ିଆ ଆଲବମ୍ 'ଏ ଗଉରା' ତାଙ୍କୁ ସର୍ବାଧିକ ଲୋକପ୍ରିୟ କରିଥିଲା।

Advertisment
Pintu Nanda
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ