Advertisment

ହାଇକୋର୍ଟର ଦ୍ୱାରସ୍ତ ହେଲେ ଅନୁଭବ ମହାନ୍ତି

ବର୍ଷା-ଅନୁଭବ ବିବାଦ ସମାଧାନର ନା ଧରୁନି। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଆଜି ହାଇକୋର୍ଟ ଯାଇଛନ୍ତି ଅନୁଭବ ମହାନ୍ତି ।

undefined

Barsha Anubhab

Advertisment

କଟକ : ବର୍ଷା-ଅନୁଭବ ବିବାଦ ସମାଧାନର ନା ଧରୁନି। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଆଜି ହାଇକୋର୍ଟ ଯାଇଛନ୍ତି ଅନୁଭବ ମହାନ୍ତି । ପତ୍ନୀ ବର୍ଷାଙ୍କ ସହ ହୋଇଥିବା ପାରିବାରିକ ବିବାଦକୁ ନେଇ ହାଇକୋର୍ଟର ଦ୍ୱାରସ୍ତ ହୋଇଛନ୍ତି ଅନୁଭବ। ବିବାହ ବିଚ୍ଛେଦ ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ଆବେଦନ କରିଛନ୍ତି ଅନୁଭବ। ଚୂଡ଼ାନ୍ତ ଶୁଣାଣି ନେଇ ସମୟ ନିର୍ଦ୍ଧାରଣ କରିବାକୁ ସେ ଆବେଦନ କରିଛନ୍ତି। ଗତ କିଛି ଦିନ ହେବ ନିୟମିତ ବ୍ୟବଧାନରେ ଉଭୟଙ୍କ ମଧ୍ୟରେ କୋର୍ଟରେ ବୁଝାମଣା ଚାଲିଥିବା ବେଳେ ଉଭୟଙ୍କ ମଧ୍ୟରେ ସମ୍ମତି ହୋଇପାରି ନ ଥିବା ଜଣାପଡ଼ିଛି।

Advertisment

ପୂର୍ବରୁ ଜୁଲାଇ ୯ ତାରିଖ ଅର୍ଥାତ୍ ଶୁକ୍ରବାର ଦୁହେଁ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ସେଦିନ ଉଭୟଙ୍କ ମଧ୍ୟରେ ଦୁଇ ଘଣ୍ଟା ଧରି ଆଲୋଚନା ହୋଇଥିଲା। ଏହି ସମୟରେ କମିଶନର ଦୁହିଁଙ୍କୁ ବୁଝାସୁଝା କରିଥିଲେ। କିନ୍ତୁ ସେଦିନ ଆପୋଷ ସମଧାନ ହୋଇ ନ ଥିଲା। ଏଥିପାଇଁ ପରେ ପୁଣି ଉଭୟଙ୍କୁ ଦ୍ୱିତୀୟ ତାରିଖ ଦିଆଯାଇଥିଲା।

ଦୁହେଁ ଫ୍ୟାମିଲି କୋର୍ଟରେ ପହଞ୍ଚିଥିଲେ ମଧ୍ୟ ସମାଧାନର ଦିଗ ବାହାରି ପାରି ନ ଥିଲା। ସୂଚନାରୁ ପ୍ରକାଶ, ଛାଡପତ୍ର ନେଇ କଟକ ଫ୍ୟାମିଲି କୋର୍ଟରେ ମାମଲା ଦାୟର ହୋଇଥିଲା। ମାତ୍ର ଫ୍ୟାମିଲି କୋର୍ଟ କମିଶନର ବହୁ୍ବାର କୋର୍ଟରେ ହାଜର ହେବାକୁ ନୋଟିସ୍ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷା ହାଜର ହେଉଥିବା ବେଳେ ଅନୁଭବ ଆସୁ ନ ଥିଲେ। ଆଉ ଯେତେବେଳେ ଅନୁଭବ ଆସୁଥିଲା ବେଳେ ବର୍ଷା ହାଜର ହେଉ ନ ଥିଲେ। ଯେଉଁଥିପାଇଁ ଉଭୟଙ୍କ ଭିତରେ ଲାଗି ରହିଥିବା ଛାଡ଼ପତ୍ର ମାମଲାର ବିଚାର ଗଡ଼ି ଗଡ଼ି ଚାଲୁଛି। ଏହାରି ଭିତରେ ଅନୁଭବ ଆଜି ହାଇକୋର୍ଟ ଯାଇଛନ୍ତି।

Advertisment
Ollywood Anubhab Mohanty
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ