ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି । ଲିଭର ସିରୋସିସ୍ ରୋଗରେ ପୀଡିତ ହୋଇ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ଏହି ବର୍ଷିଆନ ଅଭିନେତାଙ୍କ ବିୟୋଗରେ ସବୁ ମହଲରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କଠାରୁ ଆରମ୍ଭ କରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବିଭିନ୍ନ ମନ୍ତ୍ରୀ, ବରିଷ୍ଠ ରାଜନେତା, ବିଶିଷ୍ଟ ବ୍ୟକ୍ତି ଓ କଳାକାର ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଓଡ଼ିଶାର ପ୍ରସିଦ୍ଧ ତଥା ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କର ବିୟୋଗ ଓଡ଼ିଆ କଳା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଦର୍ଶକଙ୍କ ହୃଦୟରେ ଅମର କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା…
— Mohan Charan Majhi (@MohanMOdisha) February 27, 2025
ଅଧିକ ପଢନ୍ତୁ:ଆଉ ନାହାନ୍ତି ଉତ୍ତମ ମହାନ୍ତି
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକବାର୍ତ୍ତାରେ କହିଛନ୍ତି, ଓଡ଼ିଶାର ପ୍ରସିଦ୍ଧ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ଓଡ଼ିଆ କଳା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଦର୍ଶକଙ୍କ ହୃଦୟରେ ଅମର କରି ରଖିବ । ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଗଭୀର ଶୋକବ୍ୟକ୍ତ କରି କହିଛନ୍ତି, ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ଶୁଣି ସେ ଖୁବ୍ ମର୍ମାହତ । ତାଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅନ୍ତ । ଓଡ଼ିଆ ଚଳଚ୍ଚିତ୍ର ଜଗତ ପ୍ରତି ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ବୈଜୟନ୍ତ ପଣ୍ଡା ।
ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅନ୍ତ !
— Baijayant Jay Panda (@PandaJay) February 27, 2025
ଓଡ଼ିଶାର ଘରେ ଘରେ ପରିଚିତ, ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ। ଓଡ଼ିଆ ଚଳଚ୍ଚିତ୍ର ଜଗତ ପ୍ରତି ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର… pic.twitter.com/1eFl3rWYsp
କେନ୍ଦ୍ରମନ୍ତ୍ରୀ ବୈଜୟନ୍ତ ପଣ୍ଡା ଟ୍ବିଟ୍ କରିଛନ୍ତି, ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି କେବଳ କଳାକାର ନୁହେଁ ବରଂ ମୋର ପରିବାରର ଜଣେ ସଦସ୍ୟ ପରି ଥିଲେ । ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ପରିପୁଷ୍ଟ କରିବାରେ ତାଙ୍କର ଯୋଗଦାନ ଥିଲା ଅତୁଳନୀୟ । ରାମାୟଣ, ଫୁଲଚନ୍ଦନ, ସୀତା ପରି ଝିଅଟିଏ ଆଦି ସୁପରହିଟ୍ ଚଳଚ୍ଚିତ୍ର ତାଙ୍କର ଅନନ୍ୟ କୃତି ।
ଓଡ଼ିଶାର ବିଶିଷ୍ଟ ଅଭିନେତା ତଥା ଓଡ଼ିଆ ଚଳଚ୍ଚିତ୍ର ଜଗତର ଚିର ସବୁଜ ନାୟକ ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ କେବଳ କଳାକାର ନୁହେଁ ବରଂ ମୋର ପରିବାରର ଜଣେ ସଦସ୍ୟ ପରି ଥିଲେ । ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ପରିପୁଷ୍ଟ କରିବାରେ ତାଙ୍କର ଯୋଗଦାନ ଥିଲା ଅତୁଳନୀୟ । ରାମାୟଣ, ଫୁଲଚନ୍ଦନ, ସୀତା…
— Dharmendra Pradhan (@dpradhanbjp) February 27, 2025
ଓଡ଼ିଆ ଜନମାନସରେ ନିଖୁଣ ଓ ଜୀବନ୍ତ ଅଭିନୟ ତାଙ୍କୁ ଘରେ ଘରେ ଲୋକପ୍ରିୟ କରାଇଥିଲା । ତାଙ୍କ ବିୟୋଗରେ ଓଡ଼ିଶାର କଳା ଜଗତରେ ଏକ ଶୂନ୍ୟସ୍ଥାନ ତିଆରି ହୋଇଛି । ଓଡ଼ିଶା ଜଣେ ଯୋଗଜନ୍ମାଙ୍କୁ ହରାଇଲା । ସେ ଦୀର୍ଘ ଦିନ ପାଇଁ ଓଡ଼ିଆଙ୍କ ମନରେ ରାଜ କରିବେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ମଧ୍ୟ ଟ୍ବିଟ୍ କରି ଗଭୀର ଶୋକ ପ୍ରକାଶ କରିଛନ୍ତି । ଉତ୍ତମ ମହାନ୍ତିଙ୍କ ଦେହାନ୍ତରେ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି କହିଛନ୍ତି ଏବଂ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।
It is with profound sorrow that I extend my heartfelt condolences on the passing of veteran Odia actor Uttam Mohanty. His immense contribution to the Odia film industry and his exceptional talent have left an indelible mark on our cultural heritage. Uttam Mohanty Ji's legacy will… pic.twitter.com/J3RWI2nKeu
— Kanak Vardhan Singh Deo (Modiji Ka Parivar) (@KVSinghDeo1) February 27, 2025
ଓଡ଼ିଆ ଚଳଚ୍ଚିତ୍ର ଜଗତର ଚିରସବୁଜ ନାୟକ ଥିଲେ ଉତ୍ତମ ମହାନ୍ତି । 'ଅଭିମାନ' ଚଳଚ୍ଚିତ୍ରରୁ ଅଭିନୟରେ ପାଦ ଦେଇଥିଲେ । ସେ ୧୩୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ଗତ କିଛି ଦିନ ହେଲା ସେ ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ । ଗତ ୬ ତାରିଖରେ ସ୍ବାସ୍ଥ୍ୟବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ପ୍ରଥମେ କିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଉନ୍ନତ ଚିକିତ୍ସା ପାଇଁ ୮ ତାରିଖରେ ତାଙ୍କୁ ଦିଲ୍ଲୀ ଗୁରୁଗାଓଁକୁ ଏୟାରଲିଫ୍ଟ କରାଯାଇଥିଲା । ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଦୁନିଆକୁ ଅଲବିଦା କହିଛନ୍ତି ଏହି ମହାନାୟକ । ତାଙ୍କର ବିୟୋଗ ସହ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ଘଟାଇଛି ।