Advertisment

ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ; ଟ୍ବିଟ୍ କରି ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ । ଭାରତୀୟ ସିନେମାରେ ବିଶିଷ୍ଟ ଅବଦାନ ପାଇଁ ମିଳିବ ଫାଲକେ ସମ୍ମାନ ।

ଅଦ୍ୟତନ ହୋଇଛି
Mithun Chakraborty To Be Honoured Dadasaheb Phalke Award

Mithun Chakraborty

Advertisment

ବଡ଼ ଖବର। ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ । ଭାରତୀୟ ସିନେମାରେ ବିଶିଷ୍ଟ ଅବଦାନ ପାଇଁ ମିଳିବ ଫାଲକେ ସମ୍ମାନ । ଏନେଇ ଟ୍ବିଟ୍ କରି ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।

Advertisment

ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ହେଉଛି ଦାଦା ସାହେବ ଫାଲକେ । ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ମିଳିବ ଏହି ସମ୍ମାନ। ୪୮ ବର୍ଷର କ୍ୟାରିୟର୍‌ରେ ୩୫୦ରୁ ଅଧିକ ଫିଲ୍ମରେ ମିଥୁନ୍‌ ଅଭିନୟ କରିଛନ୍ତି  । ହିନ୍ଦୀ, ବଙ୍ଗାଳୀ, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ କରିଛନ୍ତି ଅଭିନେତା ମିଥୁନ ଚକ୍ରବର୍ତ୍ତୀ ।

Advertisment

ପଢନ୍ତୁ ଏହି ଖବର: ‘ସିଂଘମ୍ ଏଗେନ୍’କୁ ନେଇ ବଡ଼ ଚର୍ଚ୍ଚା; ରୋଜଗାର କଲାଣି ୨୦୦ କୋଟି ଟଙ୍କା

୪୮ ବର୍ଷର ସଫଳ କ୍ୟାରିଅରରେ ୭୪ ବର୍ଷିୟ ମିଥୁନ ଚକ୍ରବର୍ତ୍ତୀଙ୍କର ହିନ୍ଦୀ ସିନେମା ଜଗତକୁ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ସେ ଏବେବି ଚଳଚ୍ଚିତ୍ରରେ ସକ୍ରିୟ ଅଛନ୍ତି। କୋଲକାତାର ଗଳିକନ୍ଦିରୁ ବଳିଉଡର ଡିସ୍କୋ ଡ୍ୟାନ୍ସର ହେବା ଯାଏଁ ଯାତ୍ରା ମିଥୁନଙ୍କ ପାଇଁ ଆଦୌ ସହଜ ନଥିଲା। ସିନେମାର ଉଚ୍ଚତାରେ ପହଞ୍ଚିବା ପାଇଁ ସେ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ।

Advertisment

ମିଥୁନ ୧୯୭୬ରେ ଏକ ଫିଲ୍ମରେ ଛୋଟ ଭୂମିକାରୁ ତାଙ୍କର ଅଭିନୟ ଯାତ୍ରା ଆରମ୍ଭ କରିଥିଲେ। ଏହି ଚଳଚ୍ଚିତ୍ରଟି ଥିଲା 'ଦୋ ଅନଞ୍ଜାନେ'। ତା’ପରେ ସେ ୧୯୭୭ରେ ଫିଲ୍ମରେ ଲିଡ୍ ଅଭିନୟ କରିବାରେ ସୁଯୋଗ ପାଇଥିଲେ। ତାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା 'ମୃଗୟା'। ଏହି ଫିଲ୍ମ ପାଇଁ ତାଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା। ୧୯୮୨ ମସିହାରେ ତାଙ୍କର ଚଳଚ୍ଚିତ୍ର 'ଡିସ୍କୋ ଡାନ୍ସର୍' ମୁକ୍ତିଲାଭ କରିଥିଲା, ଯାହା ପରେ ସେ ଲାଇମ୍ ଲାଇଟ୍‌କୁ ଆସିଥିଲେ। ଏହି ଫିଲ୍ମଟି ବଲିଉଡରେ ବ୍ଲକବଷ୍ଟର ହିଟ୍‌ ହୋଇଥିଲା। ଏହି ଫିଲ୍ମଟି କେବଳ ଭାରତ ନୁହେଁ ଏସିଆ, ସୋଭିଏତ୍ ୟୁନିଅନ୍, ପୂର୍ବ ୟୁରୋପ, ମଧ୍ୟ ପୂର୍ବ, ତୁର୍କୀ ଏବଂ ଆଫ୍ରିକାରେ ଜବରଦସ୍ତ ବ୍ୟବସାୟ କରିଥିଲା। ​​

Dadasaheb Phalke Award Mithun Chakraborty
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ