/odishatv-khabar/media/post_attachments/uploadimage/library/16_9/16_9_0/____1693370076.jpg)
More trouble for singer Sourin Bhatt
ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ। ଜଣେ ଯୁବତୀଙ୍କୁ ଧମକ ଚମକ ଦେଇ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇପାରେ। ଏହି ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିବା ପରେ ତାଙ୍କ ଗିରଫ ସମ୍ଭାବନା ବଢିଛି।
ଗତକାଲି ସୌରିନଙ୍କ ଆଗୁଆ ଜାମିନ ଆବେଦନର ରାୟ ପ୍ରକାଶ କରି କୋର୍ଟ କହିଛନ୍ତି ଯେ, ୨୦୧୬ ମସିହାରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ରହିଛି। ପୀଡ଼ିତାଙ୍କ ୧୬୪ ଧାରାରେ ବୟାନ ରେକର୍ଡ ଏବଂ ପ୍ରାରମ୍ଭିକ ତଦନ୍ତରୁ ଏହା ସ୍ପଷ୍ଟ ହୋଇଛି।
କେତେବେଳେ ବିବାହର ପ୍ରତିଶ୍ରୁତି ତ କେତେବେଳେ ଅନ୍ତରଙ୍ଗ ଫଟୋ ଭାଇରଲ କରିବାର ଧମକ ଦେଇ ସୌରିନ ପୀଡ଼ିତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ସ୍ପଷ୍ଟ ହୋଇଥିବା କୋର୍ଟ କହିଛନ୍ତି। ଏପରିକି ସେ ବିବାହିତ ହୋଇଥିବା ସତ୍ତ୍ୱେ ପୀଡ଼ିତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇଥିଲେ।
ପରେ ପୀଡିତା ଏକଥା ଜାଣିବା ପରେ ସୌରିନଙ୍କ ଠାରୁ ଦୁରେଇ ଯିବାକୁ ଚାହିଁଥିଲେ ମଧ୍ୟ ଅନ୍ତରଙ୍ଗ ଫଟୋ ଭାଇରାଲ କରିବା ଏବଂ କ୍ୟାରିୟର ଶେଷ କରିବାର ଧମକ ଦେଇ ସୌରିନ ପୀଡ଼ିତାଙ୍କୁ ସମ୍ପର୍କ ରଖିବାକୁ ବାଧ୍ୟ କରିଥିଲେ ବୋଲି ପୋଲିସ ଦାଖଲ କରିଥିବା କେସ୍ ଡାଏଇରୀରୁ ସ୍ପଷ୍ଟ ହୋଇଛି।
ଏସବୁକୁ ଦୃଷ୍ଟିରେ ରଖି ପୂର୍ଣ୍ଣାଙ୍ଗ ତଦନ୍ତ ପାଇଁ ସୌରିନଙ୍କ ଉପସ୍ଥିତି ଆବଶ୍ୟକ ଦର୍ଶାଇ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)