/odishatv-khabar/media/post_attachments/uploadimage/library/16_9/16_9_0/IMAGE_1696579856.jpg)
Anubhav Mohanty
ଓଲିଉଡ୍ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ପୋଷ୍ଟକୁ ନେଇ ପୁଣି ଚର୍ଚ୍ଚା । ସୋସିଆଲ ମିଡିଆ ଏକ୍ସରେ ସେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାଇଁ ବନ୍ଧୁତାର ସନ୍ଦେଶ ଦେଇଛନ୍ତି।
ଅନୁଭବ ଲେଖିଛନ୍ତି, ‘ମୁଁ ତୁମକୁ ହୃଦୟର ଗଭୀରତାରୁ ଭଲ ପାଇଥିଲି । ତେବେ କୌଣସି କାରଣରୁ ଆମ ବିବାହ ବିଫଳ ହୋଇଛି । ବିବାହ ବିଚ୍ଛେଦ ପରେ କ’ଣ ଆମେ ଭଲ ବନ୍ଧୁ ହୋଇ ରହିପାରିବା ନାହିଁ କି ବୋଲି ଅନୁଭବ ପ୍ରଶ୍ନ କରିଛନ୍ତି।
Anubhav Mohanty‘ଆମେ ଦୁଇ ଜଣ ଅଲଗା ହେବା ପ୍ରକ୍ରିୟା ଅସୁନ୍ଦର ହେବା ମୁଁ ଚାହେଁନି। କିନ୍ତୁ ଯେହେତୁ ବିଚ୍ଛେଦ ସୁନିଶ୍ଚିତ ତେଣୁ ଏହା ସମ୍ମାନଜନକ ହେଉ ବୋଲି ଅନୁଭବ ସୋସିଆଲ ମିଡିଆରେ ଲେଖିବା ସହ ବର୍ଷା ପ୍ରିୟଦର୍ଶିନୀଙ୍କ ପାଇଁ ପ୍ରଣାମ ମୁଦ୍ରାର ଇମୋଜି ପୋଷ୍ଟ କରିଛନ୍ତି । ଏହାସହ ତୁରନ୍ତ ଉତ୍ତର ଦେବାକୁ ମଧ୍ୟ ଲେଖିଛନ୍ତି।
🙏🏻@VarshaPriyadar3, I loved you from the deepest core of my heart. For whatever reasons, our marriage failed! Can’t we please be friends forever even after divorce? I never wanted this separation to be so dirty but when separation is a must then why not a respectable one please? pic.twitter.com/h3qT4aZgdu
— Anubhav Mohanty (@AnubhavMohanty_) October 6, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)