Advertisment

ପରଲୋକରେ ଅଭିନେତା ମିହିର ଦାସଙ୍କ ସାନ ପୁଅ

ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Odia Actor Mihir Das Younger Son Dies

Odia Actor Mihir Das Younger Son Dies

ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୨୬ ବର୍ଷ ବୟସ ହୋଇଥିଲା। ମାସେ ହେଲୋ ଅକ୍ଲାନ୍ତ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିଲେ।

Advertisment

ଲିଭର ଜନିତ ସମସ୍ୟା ଯୋଗୁ ଚିକିତ୍ସାଧୀନ ଥିଲେ ଅକ୍ଲାନ୍ତ। ଆଜି କଟକ ସତୀଚଉରାରେ ଅକ୍ଲାନ୍ତଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ବର୍ଷକ ପୂର୍ବେ ଅଭିନେତା ମିହିର ଦାସଙ୍କ ଦେହାନ୍ତ ହୋଇଥିଲା। ମିହିର ଦାସ ତାଙ୍କ ସାନ ପୁଅ ଅକ୍ଲାନ୍ତଙ୍କୁ ବହୁତ ଭଲ ପାଉଥିଲେ। ବାପାଙ୍କୁ ହରାଇବା ପରେ ଅକ୍ଲାନ୍ତ ବହୁତ ଡିପ୍ରେସନରେ ଥିଲେ ବୋଲି ଜଣାପଡ଼ିଛି। 

Mihir Das Ollywood Actor Mihir Das
Advertisment
Advertisment