/odishatv-khabar/media/post_attachments/uploadimage/library/16_9/16_9_0/s_1675245748.jpg)
Odia Actor Pintu Nanda Health Condition Critical
ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର। ଓଡ଼ିଆ ଚଳଚ୍ଚିତ୍ରରେ କମେଡି ଓ ଖଳନାୟକ ଭୂମିକାରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ପିଣ୍ଟୁ ଲିଭର୍ ସିରୋସିସ୍(Liver Cirrhosis) ରୋଗରେ ପୀଡ଼ିତ ଅଛନ୍ତି।
ଆକ୍ୟୁଟ୍ ହେପାଟାଇଟିସ୍ ଯୋଗୁ ସେ ଲିଭର୍ ସିରୋସିସ୍ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି। ଏଥିପାଇଁ ତାଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ ହେବ ବୋଲି ସୂଚନା ମିଳିଛି। ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲ୍ରେ ପିଣ୍ଟୁଙ୍କ ଚିକିତ୍ସା ଚାଲିଥିବା ବେଳେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇଯିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୬ ମାସ ମଧ୍ୟରେ ତାଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ କରେଇବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି। ଯଦି ଲିଭର ଟ୍ରାନ୍ସପ୍ଲାଣ୍ଟ ନହୁଏ ତା’ହେଲେ ପିଣ୍ଟୁଙ୍କ ଅବସ୍ଥା ଆହୁରି ସଙ୍କଟାପନ୍ନ ହୋଇପାରେ ବୋଲି ଜଣାପଡ଼ିଛି।
ସୂଚନାଥାଉ କି, ‘ଜୟ ଜଗନ୍ନାଥ’, ‘ବାହୁଡ଼ିବେ ମୋ ଜଗାବଳିଆ’, ‘ଆଇ ଲଭ୍ ମାଇଁ ଇଣ୍ଡିଆ’, ‘ସାଥୀରେ’, ‘ପ୍ରେମ ପାଇଁ ମହାଭାରତ’, ‘କଥା ଦେଲି ମଥା ଛୁଇଁ’, ‘ଲଭ୍ ମାଷ୍ଟର’, ‘ଦୋସ୍ତି’, ‘ପ୍ରେମ ଋତୁ ଆସିଲା ରେ’, ‘ହାତ ଧରି ଚାଲୁଥା’, ‘ରଙ୍ଗ ନମ୍ବର’ ଓ ‘ଲଭ୍ ଏକ୍ସପ୍ରେସ୍’ ଆଦି ସିନେମାରେ ପିଣ୍ଟୁ ନନ୍ଦ ଅଭିନୟ କରିଛନ୍ତି। ତାଙ୍କ ଅଭିନୀତ ଓଡ଼ିଆ ଆଲବମ୍ 'ଏ ଗଉରା' ତାଙ୍କୁ ସର୍ବାଧିକ ଲୋକପ୍ରିୟ କରିଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)