Advertisment

୪୭ ବର୍ଷରେ ଆଖି ବୁଜିଲେ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ

ପରଲୋକରେ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ।  ବୁଧବାର ରାତି ୧୧ଟା ୨୫ ମିନିଟ୍‌ରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Pintu Nanda Death

Odia Actor Pintu Nanda Passes Away

ପରଲୋକରେ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ। ବୁଧବାର ରାତି ୧୧ଟା ୨୫ ମିନିଟ୍‌ରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ପିଣ୍ଟୁଙ୍କ ପରଲୋକକୁ ନେଇ ଅଭିନେତା ତଥା ଓଡିଶା ସିନେ ଆର୍ଟିଷ୍ଟ ଆସୋସିଏସନର ସାଧାରଣ ସମ୍ପାଦକ ଶ୍ରୀତମ ଦାସ ଟ୍ୱିଟ କରି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୭ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ଓଡିଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳି ଯାଇଛି।

Advertisment

ଲିଭର୍ ସିରୋସିସ୍‌ରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲରେ ପିଣ୍ଟୁ ଚିକିତ୍ସିତ ହେଉଥିଲେ। ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ତେଣୁ ସେ ଦିଲ୍ଲୀ ଗସ୍ତ କରିଥିଲେ। ସେଠାରେ ତାଙ୍କର ଲିଭର୍ ଟ୍ରାନ୍ସପ୍ଲାଣ୍ଟ ହେବାର ଥିଲା। ହେଲେ ସେଠାରେ ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥିତ ଯଶୋଦା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଧ୍ୟ ଡୋନର ନ ମିଳିବାରୁ ତାଙ୍କର ଲିଭର୍ ଟ୍ରାନ୍ସପ୍ଲାଣ୍ଟ ହୋଇ ପାରି ନଥିଲା । ତେବେ ଦୁଃଖଦ କଥା, ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପିଣ୍ଟୁ ନନ୍ଦ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ସୂଚନାଥାଉ କି, ‘ଜୟ ଜଗନ୍ନାଥ’, ‘ବାହୁଡ଼ିବେ ମୋ ଜଗାବଳିଆ’, ‘ଆଇ ଲଭ୍ ମାଇଁ ଇଣ୍ଡିଆ’, ‘ସାଥୀରେ’, ‘ପ୍ରେମ ପାଇଁ ମହାଭାରତ’, ‘କଥା ଦେଲି ମଥା ଛୁଇଁ’, ‘ଲଭ୍ ମାଷ୍ଟର’, ‘ଦୋସ୍ତି’, ‘ପ୍ରେମ ଋତୁ ଆସିଲା ‌ରେ’, ‘ହାତ ଧରି ଚାଲୁଥା’, ‘ରଙ୍ଗ ନମ୍ବର’ ଓ ‘ଲଭ୍‌ ଏକ୍ସପ୍ରେସ୍‌’ ଆଦି ସିନେମାରେ ପିଣ୍ଟୁ ନନ୍ଦ ଅଭିନୟ କରିଥିଲେ। ତାଙ୍କ ଅଭିନୀତ ଓଡ଼ିଆ ଆଲବମ୍ 'ଏ ଗଉରା' ତାଙ୍କୁ ସର୍ବାଧିକ ଲୋକପ୍ରିୟ କରିଥିଲା।

Advertisment
Pintu Nanda
Advertisment
Advertisment