Advertisment

Uttam Mohanty: ଜୀବନ ଯୁଦ୍ଧରେ ହାରିଗଲେ ଉତ୍ତମ ମହାନ୍ତି; ଦିନ୧୧ଟାରେ ଭୁବନେଶ୍ୱରରେ ପହଞ୍ଚିବ ମରଶରୀର

ଭୁବନେଶ୍ବରରେ ଦୀର୍ଘ ଦିନ ଧରି ଚିକିତ୍ସା ପରେ ଗତ ୮ ତାରିଖରେ ତାଙ୍କୁ ମେଦାନ୍ତ ହସପିଟାଲ ନିଆଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ଏୟାରଲିଫ୍ଟ କରାଯାଇଥିଲା ଉତ୍ତମଙ୍କୁ। ସେଠାରେ ଗତ ୨୦ ଦିନ ହେଲା ତାଙ୍କର ଚିକିତ୍ସା ଜାରି ରହିଥିଲା।

author-image
Tapaswini Nayak
ଅଦ୍ୟତନ ହୋଇଛି
uttam mohanty Death

uttam mohanty

ଆରପାରିରେ ଓଲିଉଡର ଲୋକପ୍ରିୟ ତଥା ବରିଷ୍ଠ ଅଭିନେତାଉତ୍ତମ ମହାନ୍ତିଗୁରୁଗ୍ରାମର ମେଦାନ୍ତ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କର ଦେହାନ୍ତ ହୋଇଛି। ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ଉତ୍ତମ।

Advertisment

ଭୁବନେଶ୍ବରରେ ଦୀର୍ଘ ଦିନ ଧରି ଚିକିତ୍ସା ପରେ ଗତ ୮ ତାରିଖରେ ତାଙ୍କୁ ମେଦାନ୍ତ ହସପିଟାଲ ନିଆଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ଏୟାରଲିଫ୍ଟ କରାଯାଇଥିଲା ଉତ୍ତମଙ୍କୁ। ସେଠାରେ ଗତ ୨୦ ଦିନ ହେଲା ତାଙ୍କର ଚିକିତ୍ସା ଜାରି ରହିଥିଲା।

ତେବେ ଗତକାଲି ରାତି ପ୍ରାୟ ସାଢେ ୧୦ଟାରେ ତାଙ୍କର ହୃଦଘାତ ହୋଇଥିଲା ଏବଂ ପରେ ମୃତ୍ୟୁ ଘଟିଥିବା ତାଙ୍କ ପାରିବାରିକ ବନ୍ଧୁ ରବି ମିଶ୍ର ସୂଚନା ଦେଇଛନ୍ତି।

Advertisment

ଆଜି ଦିନ ପ୍ରାୟ ୧୧ଟାରେ ଉତ୍ତମ ମହାନ୍ତିଙ୍କ ମରଶରୀର ଭୁବନେଶ୍ୱରରେ ପହଁଚିବ। ଏହାପରେ ପାର୍ଥିବ ଶରୀରର ଶେଷ ଦର୍ଶନ ସହ ସମସ୍ତେ ଶ୍ରଦ୍ଧାଂଜଳି ଦେଇପାରିବେ ବୋଲି କହିଛନ୍ତି ଓଡ଼ିଶା ସିନେ କଳାକାର ସଂଘସଧାରଣ ସମ୍ପାଦକ ଶ୍ରୀତମ ଦାସ।

ଅଧିକ ପଢ଼ନ୍ତୁ: ଆଉ ନାହାନ୍ତି ଉତ୍ତମ ମହାନ୍ତି

ଉତ୍ତମଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ବିଶିଷ୍ଟ ବ୍ୟକ୍ତି-

ଉତ୍ତମଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିବା ସହ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଉତ୍ତମ ମହାନ୍ତିଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଉତ୍ତମଙ୍କ ବିୟୋଗ ଓଡ଼ିଆ କଳା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଓଡିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଦର୍ଶକଙ୍କ ହୃଦୟରେ ଅମର କରି ରଖିବ। ଉତ୍ତମ ଥିଲେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା। ଓଡ଼ିଆ ସିନେମା ଜଗତର ଅପ୍ରତିଦ୍ବନ୍ଦୀ ନାୟକ। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସେ ଏକ ଉଚ୍ଚସ୍ତରକୁ ନେଇଥିଲେ।।

ଉତ୍ତମଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅନ୍ତ ହୋଇଛି ବୋଲି କହିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଓଡ଼ିଶାର ଘରେ ଘରେ ପରିଚିତ ତଥା ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ଓଡ଼ିଆ ଚଳଚ୍ଚିତ୍ର ଜଗତ ପ୍ରତି ଅତୁଳନୀୟ ଅବଦାନ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ।

ଉତ୍ତମଙ୍କୁ ଓଡ଼ିଆ ସିନେ ଜଗତର ଅଦ୍ୱିତୀୟ ନାୟକ କହିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ନିଖୁଣ ଅଭିନୟ ଦ୍ୱାରା ଦଶନ୍ଧି ଦଶନ୍ଧି ଧରି ସେ ଓଡ଼ିଆ ସିନେପ୍ରେମୀଙ୍କ ହୃଦୟକୁ ଛୁଇଁଥିଲେ। ଓଡ଼ିଶା ଓ ଓଡ଼ିଆ କଳାକ୍ଷେତ୍ର ପାଇଁ ତାଙ୍କ ଅବଦାନକୁ ଏମାଟି ସର୍ବଦା ମନେ ପକାଉଥିବ।

ସେହିପରି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରି ଲେଖିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ସର୍ବାଧିକ ଲୋକପ୍ରିୟ କଳାକାର ଥିଲେ ଉତ୍ତମ। ଜୀବନ୍ତ ଅଭିନୟ ମାଧ୍ୟମରେ ଓଡ଼ିଶାବାସୀଙ୍କ ହୃଦୟରେ ସେ ଯେଉଁ ସ୍ଥାନ ଅଧିକୃତ କରିଛନ୍ତି। ତାହା ଚିର କାଳ ପାଇଁ ଅମର। ଓଡ଼ିଶାରେ ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନର ଏକ ଖୋରାକ ଯୋଗାଇଥିଲା ତାଙ୍କ ଅଭିନ୍ନ।

ଅଧିକ ପଢ଼ନ୍ତୁ: ଓଡ଼ିଆ ସିନେମା ଜଗତର ମାଇଲଖୁଣ୍ଟ ଭେଟେରାନ ଉତ୍ତମ ମହାନ୍ତି

Ollwood Uttam Mohanty
Advertisment
Advertisment