/odishatv-khabar/media/post_attachments/uploadimage/library/16_9/16_9_0/Pratikshya_1697544572.jpg)
Pratikshya
ଦିଲ୍ଲୀ ବିଜ୍ଞାନ ଭବନରେ ୬୯ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଚଳଚ୍ଚିତ୍ର ପାଇଁ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଅଲ୍ଲୁ ଅର୍ଜୁନଙ୍କୁ ଫିଲ୍ମ ପୁଷ୍ପା ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ କରାଯାଇଛି । ପ୍ରଥମ ତେଲୁଗୁ ଅଭିନେତା ଭାବେ ଅଲ୍ଲୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଗ୍ରହଣ କରିଛନ୍ତି । ସେହିପରି ଚଳଚ୍ଚିତ୍ର ମିମି ପାଇଁ କ୍ରୀତି ସନ୍ନୋନ ଓ ଗଙ୍ଗୁବାଇ କାଥିଆୱାଡ଼ ପାଇଁ ଆଲିଆ ଭଟ୍ଟ ପୁରସ୍କୃତ ହୋଇଛନ୍ତି ।
ତେବେ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପ୍ରତୀକ୍ଷା ଚଳଚ୍ଚିତ୍ର ପୁରସ୍କାର ପାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ 'ପ୍ରତୀକ୍ଷା' ଚଳଚ୍ଚିତ୍ରର ନିର୍ଦ୍ଦେଶକ ତଥା ପ୍ରଯୋଜକ ଅନୁପମ ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଛନ୍ତି । ବାପ-ପୁଅ ସମ୍ପର୍କକୁ ନେଇ ଏକ ଗଳ୍ପରୁ ଫିଲ୍ମଟି ଅନୁପ୍ରାଣିତ ହୋଇଛି ।
ଅନ୍ୟପଟେ ପଙ୍କଜ ତ୍ରିପାଠୀଙ୍କୁ ଶ୍ରେଷ୍ଠ ସହଅଭିନେତା, ପଲ୍ଲବୀ ଯୋଶୀଙ୍କୁ ଶ୍ରେଷ୍ଠ ସହଅଭିନେତ୍ରୀ ପୁରସ୍କାର ମିଳିଛି । ୱାହିଦା ରେହମାନଙ୍କୁ ଭାରତୀୟ ସିନେମାରେ ନିଜର ଅବଦାନ ପାଇଁ ଦାଦା ସାହେବ ଫାଲ୍କେ ପୁରସ୍କାରରେ ସମ୍ମାନିତ କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)