• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଦିବଙ୍ଗତ ଅଭିନେତା ପିଣ୍ଟୁ ନନ୍ଦଙ୍କ ଆଜି ଥିଲା ଦ୍ୱାଦଶାହ । ଭୁବନେଶ୍ୱରର ଏକ ମଣ୍ଡପରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଭଜନ ସମାରୋହ ସାଙ୍ଗକୁ ଶ୍ରଦ୍ଧାଞ୍ଜଳି ସଭା ଆୟୋଜନ କରାଯାଇଥିଲା ଏହି ମଣ୍ଡପରେ । ଏଥିରେ ବହୁ ଅଭିନେତା ଏବଂ ଅଭିନେତ୍ରୀଙ୍କ ସହ କଳାକାର ପରିବାରର ବହୁ ସଦସ୍ୟ ସାମିଲ ହୋଇ ପିଣ୍ଟୁଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପିଣ୍ଟୁଙ୍କ ଫ୍ୟାନ ବି ପହଞ୍ଚି ତାଙ୍କ ଫଟୋରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ମାର୍ଚ୍ଚ ୧ ତାରିଖରେ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ ହୋଇଥିଲା । ରାତି ୧୧ଟା ୨୫ ମିନିଟ୍‌ରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଜଣାପଡ଼ିଥିଲା । ପିଣ୍ଟୁଙ୍କ ପରଲୋକକୁ ନେଇ ଅଭିନେତା ତଥା ଓଡିଶା ସିନେ ଆର୍ଟିଷ୍ଟ ଆସୋସିଏସନର ସାଧାରଣ ସମ୍ପାଦକ ଶ୍ରୀତମ ଦାସ ଟ୍ୱିଟ କରି ସୂଚନା ଦେଇଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୭ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ଓଡିଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି ।

ଲିଭର୍ ସିରୋସିସ୍‌ରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲରେ ପିଣ୍ଟୁ ଚିକିତ୍ସିତ ହେଉଥିଲେ । ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ । ତେଣୁ ସେ ଦିଲ୍ଲୀ ଗସ୍ତ କରିଥିଲେ। ସେଠାରେ ତାଙ୍କର ଲିଭର୍ ଟ୍ରାନ୍ସପ୍ଲାଣ୍ଟ ହେବାର ଥିଲା । ହେଲେ ସେଠାରେ ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥିତ ଯଶୋଦା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ସେଠାରେ ପିଣ୍ଟୁ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ।