Advertisment

ପୁରୀ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଆରମ୍ଭ: ସୁନା କୁରାଢ଼ୀରେ ଶୁଭ ଦେଲେ ବିଶ୍ୱକର୍ମା ମହାରଣା

ଜୟବିଜୟ ଦ୍ବାରର ବନ୍ଦାପନା ପରେ ବିମାନକୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ବିଜେ କରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ବାହାରିଥିଲେ।

Akshya Tritiya

Akshya Tritiya

Advertisment

ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ସହ ଆରମ୍ଭ ହୋଇଛି ଚନ୍ଦନ ଯାତ୍ରା। ମହାପ୍ରଭୁଙ୍କଠାରୁ
ଆଜ୍ଞାମାଳ ପାଇ ତିନିବାଡର ପୂଜାପଣ୍ଡା ସେବାୟତମାନେ ବିରାଟ ଶୋଭାଯାତ୍ରାରେ ବାହାରି ଶ୍ରୀମନ୍ଦିର କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ଆଜ୍ଞାମାଳ ପହଞ୍ଚିବା ପରେ ତିନି ରଥର ବିଶ୍ବକର୍ମାଙ୍କୁ ପ୍ରଦାନ କରାଯାଇଥିଲା। ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ବାରା ବନଯାଗ ବିଧିରେ ପୂଜାର୍ଚ୍ଚନା ସହ ବିଶ୍ବକର୍ମା
ମହାରଣାଙ୍କ ଶାଢୀ ବନ୍ଧା ନୀତି ପରେ ରଥଖଳାରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଥିଲା।

Advertisment

ପ୍ରଥମେ ତାଳଧ୍ବଜ, ପରେ ନନ୍ଦିଘୋଷ ଓ ଶେଷରେ ଦର୍ପଦଳନ ରଥ ପାଇଁ ଉଦ୍ଦିଷ୍ଟ ଧଉରା କାଠ ପୂଜାର୍ଚ୍ଚନା କରାଯାଇ ଅନୁକୂଳ ହୋଇଥିଲା। ଏପଟେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡାନ୍ତ ହୋଇଥିବା ପୂର୍ବ ନୀତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳ ଆଳତୀ, ମଇଲମ, ଅବକାଶ ଓ ସକାଳ ଧୂପ ଅନୁଷ୍ଠିତ ହୋଇଥିଲା।

ପରେ ଜୟବିଜୟ ଦ୍ବାରର ବନ୍ଦାପନା ପରେ ବିମାନକୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ବିଜେ କରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ବାହାରିଥିଲେ। ଆଜିଠାରୁ ୨୧ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚୁପାଣ୍ଡବଙ୍କୁ ସେବାୟତମାନେ ମଣି ବିମାନ ଓ ପାଲିଙ୍କିରେ ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ନେଇଥାନ୍ତି। ପ୍ରବଳ ଗ୍ରୀଷ୍ମ ତାପରୁ ରକ୍ଷା ପାଇବା ପାଇଁ ମହାପ୍ରଭୁ ସେଠାରେ ମନୁଷ୍ୟ ଲୀଳାରେ ନୌକା ବିହାର କରିଥାନ୍ତି।

Advertisment

ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ୫ ପ୍ଲାଟୁନ୍ ପୋଲିସ ଫୋର୍ସ, ଜଣେ ଅତିରିକ୍ତ ଏସପି, ୫ ଡିଏସପି ଓ ୬ଜଣ ଆଇଆଇସି ମୁତୟନ ହୋଇଛନ୍ତି। ସେହିପରି ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି।

Chandan Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ