Advertisment

ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେଉଛି ସୁନିଆଁ ପର୍ବ

ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେଉଛି ସୁନିଆଁ ପର୍ବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୨୯ ସାଲ ୬୪ ଅଙ୍କର ପ୍ରବେଶ। ଏହି ଅବସରରେ ଆଜି ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେଉଛି ସୁନିଆଁ ଉତ୍ସବ।

Puri Srimandir

Puri Srimandir

Advertisment

ପୁରୀ: ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେଉଛି ସୁନିଆଁ ପର୍ବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୨୯ ସାଲ ୬୪ ଅଙ୍କର ପ୍ରବେଶ। ଏହି ଅବସରରେ ଆଜି ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେଉଛି ସୁନିଆଁ ଉତ୍ସବ।

Advertisment

ଆଜିଠାରୁ ଗଜପତି ମହାରାଜାଙ୍କର ୬୪ ଅଙ୍କ ଆରମ୍ଭ ହୋଇଛି। ସୁନିଆଁ ଅବସରରେ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଉଛି। ଏହି ଅବସରରେ କନକ ଦୁର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କର ପୂଜାର୍ଚ୍ଚନା କରିଥାନ୍ତି ଗଜପତି ମହାରାଜ। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନଅରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହୋଇଛି।

ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅରରେ ଅଙ୍କ କଟା ନୀତି ସମ୍ପନ୍ନ ହୋଇଛି। ଏହି ଅବସରରେ ଶ୍ରୀନଅର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯାଇଛି। ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନଅର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଛନ୍ତି। 

Advertisment

ସୂଚନାଥାଉ କି, ଗତକାଲି ବିଶ୍ୱକର୍ମା ପୂଜା ଏବଂ ବଡ଼ ଏକାଦଶୀ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ହେବା ଆଶଙ୍କାରେ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଥିଲା। ଗତକାଲି ବିଶ୍ୱକର୍ମା ପୂଜା ସହ ବାମନ ଜନ୍ମ, ପାର୍ଶ୍ୱ ପରିବର୍ତ୍ତନ ବା ବଡ଼ ଏକାଦଶୀ, ସଂକ୍ରାନ୍ତି ମଧ୍ୟ ଥିଲା। ଏଥିଯୋଗୁ ଭିଡ଼ ଆଶଙ୍କାରେ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରଖାଯାଇଥିଲା। ନୂଆ ଏସ୍ଓପି ଅନୁଯାୟୀ ମନ୍ଦିର ବନ୍ଦ ରଖାଯାଇଥିଲା।

Advertisment
Srimandir Puri Srimandir
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ