• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି । ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କୋଭିଡ କଟକଣା ଭିତରେ ଚଳିତ ବର୍ଷର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ ଅନୁଷ୍ଠିତ ହୋଇଥିଲା । ପରେଡର ନେତୃତ୍ୱ ନେଇଥିଲେ ଯୁବ ଆଇପିଏସ୍ ଅଧିକାରୀ ରୋହିତ ବର୍ମା । ତେବେ କଟକଣା ଯୋଗୁଁ ୧୦ କଣ୍ଟିଜେଣ୍ଟ ପରେଡରେ ଅଂଶଗ୍ରହଣ କରିଥିଲେ । ତେବେ ପରେଡରେ କୌଣସି ଛାତ୍ରଛାତ୍ରୀ ଅଂଶଗ୍ରହଣ କରିନାହାନ୍ତି।

ସେପଟେ ୭୩ ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ବେଳାଭୂମିରେ ବାଲୁକା କଳା ର୍ନିମାଣ କରିଛନ୍ତି । ବାଲୁକା କଳାରେ ଇଣ୍ଡିଆ ଗେଟ୍ ଚିତ୍ରଣ କରିବା ସହିତ ତ୍ରିରଙ୍ଗାର ଚିତ୍ରଣ କରି ସାରା ଭାରତ ବାସୀଙ୍କୁ ଗଣତନ୍ତ୍ର ଦିବସର ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି । ଏହି ବାଲୁକା ମୂର୍ତ୍ତିକୁ ର୍ନିମାଣ କରିବାକୁ ମାନସ ସାହୁଙ୍କୁ ୫ଘଣ୍ଟା ସମୟ ଲାଗିଥିଲା ।

ସେହିପରି ପୁରୀର ବିଶ୍ୱଜିତ ନାୟକ ଆଇସକ୍ରିମ କାଠିରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି । ଐତିହାସିକ ଦିନରେ ଆମେ ଆମର ଭାରତର ସମ୍ବିଧାନ ପ୍ରଣୟନ ହୋଇଥିଲା । ଏହି ସନ୍ଦେଶ ଜଣାଇ ୬୭୫ଟି ଆଇସ୍କ୍ରିମ୍ ଷ୍ଟିକ୍ ବ୍ୟବହାର କରି ସେ ଏହାକୁ ନିର୍ମାଣ କରିଛନ୍ତି । ତାଙ୍କୁ ଏହା ନିର୍ମାଣ କରିବା ଲାଗି ୬ ଦିନ ଲାଗିଥିଲା ।