/odishatv-khabar/media/post_attachments/uploadimage/library/16_9/16_9_0/s_1692426851.jpg)
Action to be taken against distorted Ganesh idols
ଗଣେଶ ପୂଜା ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଲୋକ ପ୍ରତିନିଧି, ପୂଜା କମିଟି, କ୍ଲବ କର୍ମକର୍ତ୍ତାଙ୍କୁ ନେଇ ବୈଠକ ବସିଥିଲା । ଆସନ୍ତା ସେପ୍ଟେମ୍ବର ୧୯ରେ ଗଣେଶ ପୂଜା ପାଇଁ ବିଚାରବିମର୍ଶ ହୋଇଥିଲା। ପୂଜା ପରେ ପରବର୍ତ୍ତୀ ୩ ତାରିଖ ରବିବାର ଭସାଣ ଉତ୍ସବ ଅନୁଷ୍ଠିତ ହେବ।
Advertisment
ସେପ୍ଟେମ୍ବର ୨୪, ଅକ୍ଟୋବର ୧ ଓ ୮ରେ ଭସାଣ ଉତ୍ସବ ପାଇଁ ନିଷ୍ପତ୍ତି ନିଆଯାଇଛି। ସିଏମ୍ସି ପକ୍ଷରୁ ହୋଇଥିବା ଅସ୍ଥାୟୀ ପୋଖରୀରେ ମେଢ଼ ଗୁଡିକ ଵିସର୍ଜନ କରାଯିବ। କଟକ କମିଶନରେଟ ପୋଲିସ, ବିଭିନ୍ନ ପୂଜା କମିଟି ଓ ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି।
ଗଣେଶ ମୂର୍ତ୍ତିକୁ ବିକୃତ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଚେତାବନୀ ଦିଆଯାଇଛି। ସେହିପରି ଜୋରଜବରଦସ୍ତ ଚାନ୍ଦା ଆଦାୟ ଉପରେ ଜିରୋ ଟଲରେନ୍ସ ନୀତି ଆପଣାଇବ କମିଶନରେଟ ପୋଲିସ । ବୈଠକ ପରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଏହି ସୂଚନା ଦେଇଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)