/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700536695.jpg)
Amla Navami
ଆଜି ପବିତ୍ର ଅଁଳା ନବମୀ । ପୁରୀ ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ନୀତି ହେବ । ରାଧାରାଣୀ ଓଡ଼ିଆଣୀ ବେଶରେ ଓ ଶ୍ରୀକୃଷ୍ଣ ନଟବର ବେଶରେ ସଜ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ବଡ଼ି ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଲମ୍ବା ଧାଡ଼ିରେ ଛିଡ଼ା ହୋଇଛନ୍ତି । ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି ।
Advertisment
ଶ୍ରଦ୍ଧାଳୁମାନେ ବର୍ଷକୁ ଥରେ ମାତ୍ର ଏହି ଦର୍ଶନର ସୌଭାଗ୍ୟ ପାଇଥାନ୍ତି । ତେଣୁ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା । ସୁରକ୍ଷା ପାଇଁ ବ୍ୟାପକ ଫୋର୍ସ ମୁତୟନ ସହିତ ପାନୀୟଜଳ, ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ଭିଡ଼ ଓ ଟ୍ରାଫିକ ପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି ।
ଅଧିକ ପଢ଼ନ୍ତୁ: ଅଁଳା ଖାଇବାର ୪ ଲାଭ: ଜାଣନ୍ତୁ କିଏ ଖାଇବେ, କିଏ ନ ଖାଇବେ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)