/odishatv-khabar/media/post_attachments/uploadimage/library/16_9/16_9_0/s_1700710960.jpg)
Bada Osha Festival At Dhabaleswar To Be Held On Saturday
ଆଜି ପହିଲି ପଞ୍ଚୁକ, ଆସନ୍ତା ଶନିବାର ବଡ଼ ଓଷା । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ । ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦ୍ଯାପନ କରିଥାନ୍ତି ।
ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତି ଆଦି ସମସ୍ତ ରୀତିନୀତି ପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ପହିଲି ପଞ୍ଚୁକରେ ବାବା ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।
#ଧବଳେଶ୍ଵର_ପୀଠରେ_ଶ୍ରଦ୍ଧାଳୁଙ୍କ_ଭିଡ଼
ଆଜି ପଞ୍ଚୁକର ପ୍ରଥମ ଦିନରେ ବାବା ଧବଳେଶ୍ଵରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ।#BabaDhabaleswar#Athagarh#OTVpic.twitter.com/KEKwMBGzmH— ଓଟିଭି (@otvkhabar) November 23, 2023
ଅନ୍ୟପକ୍ଷେ, ପଞ୍ଚୁକ ପାଞ୍ଚ ଦିନ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ଶ୍ରୀମନ୍ଦିର ପ୍ରଶାସନ । ଶୃଙ୍ଖଳିତ ଦର୍ଶନ ପାଇଁ ମରିଚକୋଟ ଛକ ଯାଏଁ ବ୍ୟାରିକେଟ ବଢାଯାଇଛି । ବରିଷ୍ଠ ଏବଂ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ୩ ସିଫ୍ଟରେ ସ୍ୱେଚ୍ଛାସେବୀ ନିୟୋଜିତ ହେବେ ।
ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମରିଚିକୋଟ ଛକଠାରୁ ସିଂହଦ୍ୱାର ଆଡକୁ କୌଣସି ଗାଡ଼ି ଛଡାଯିବ ନାହିଁ । କେବଳ ଭକ୍ତ ଏବଂ ଜନସାଧାରଣ ପାଦରେ ଚାଲି ଚାଲି ଯିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)