/odishatv-khabar/media/post_attachments/uploadimage/library/16_9/16_9_0/IMAGE_1696477132.jpg)
Banakalagi ritual at Puri Srimandir today
ଆଜି ଆଶ୍ୱିନ ମାସ କୃଷ୍ଣ ଷଷ୍ଠ ତିଥି । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗିନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୂଖ ଶୃଙ୍ଗାର କରିବେ ।
Advertisment
ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଏଥିଲାଗି ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି । ଏହା ଗୁପ୍ତ ନୀତି ଥିବାରୁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଅର୍ଥାତ୍ ଭକ୍ତମାନେ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)